ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୧୦ା୧: ଶୁକ୍ରବାର ପବିତ୍ର ପୌଷ ପୂର୍ଣ୍ଣମୀ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ହେବ। ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ପୌରାଣିକ ତଥ୍ୟ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ବର୍ଷ ବନବାସ ପରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ପୌଷ ପୂର୍ଣ୍ଣିମା ତିଥିରେ ସିଂହାସନରେ ଅଭିଷିକ୍ତ ହୋଇଥିଲେ। ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପ୍ରତିବର୍ଷ ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କର ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥାଏ। ପୌଷ ପୂର୍ଣ୍ଣିମା ଦିନ ସକାଳ ଧୂପ ପରେ ୧୦୮ ଗରା ଘିଅ ମିଶ୍ରିତ ଜଳରେ କେବଳ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯାଏ। ଏହାପରେ ଠାକୁରମାନଙ୍କ ସୁନାବେଶ ହୋଇଥାଏ। ବର୍ଷକ ମଧ୍ୟରେ ହେଉଥିବା ୫ଥର ସୁନାବେଶ ମଧ୍ୟରୁ ଏହା ଅନ୍ୟତମ।
ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ରାତି ୨ଟାରେ ଦ୍ୱାରଫିଟା, ୩ଟାରେ ମଙ୍ଗଳ ଆଳତି ହୋଇ ଅନ୍ୟାନ୍ୟ ନୀତି ଚାଲିବ। ଭୋର ୫ଟାରୁ ୬ଟା ମଧ୍ୟରେ ପହିଲି ଭୋଗ ହେବ। ସକାଳ ୬ଟା ୩୦ରୁ ୭ଟା ୩୦ ମଧ୍ୟରେ ସକାଳ ଧୂପ (କେବଳ କୋଠ ଭୋଗ), ପୂର୍ବାହ୍ନ ୧୧ଟା ୧୫ରେ ମହାଲକ୍ଷ୍ମୀ ବିଜେ, ଅପରାହ୍ନ ୪ଟା ୩୫ରେ ରଘୁନାଥଦେବ ଲକ୍ଷ୍ମୀମନ୍ଦିରକୁ ବିଜେ, ୫ଟାରେ ଭୋଗମଣ୍ଡପ ପୂଜା ଶେଷ, ରାତି ୭ଟା ୩୦ରେ ସନ୍ଧ୍ୟା ଆଳତି, ୧୦ଟାରେ ଅଭିଷେକ ନୀତି ଶେଷ, ୧୧ଟାରେ ବଡ଼ସିଂହାର ବେଶ, ସାଢେ ୧୧ଟାରେ ବଡ଼ସିଂହାର ଭୋଗ, ୧୧ଟା ୪୫ରେ ଟୋପର ଲାଗି ସରି ରାତି ୧୨ଟାରେ ରାତ୍ର ପହୁଡ଼ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri