ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ ଯୋଜନା ରଖିଛନ୍ତି।
ଶନିବାର ମା’ଙ୍କ ମହାସପ୍ତମୀ ପୂଜା ସରିଛି। ନୀତିକାନ୍ତି ଅନୁଯାୟୀ ପ୍ରଥମେ କଳସଯାତ୍ରା କରାଯାଇଥିଲା। ସକାଳ ୯ଟା ପରେ ସମସ୍ତ ପୂଜାମଣ୍ଡପରେ ସୂର୍ଯ୍ୟପୂଜା ଏବଂ ମା’ଙ୍କ ନବପତ୍ରିକା ପ୍ରବେଶ ଅନୁଷ୍ଠିତ ହୋଇଥିଲା। ମା’ଙ୍କୁ ଚକ୍ଷୁଦାନ ଦିଆଯିବାପରେ ଅନୁଷ୍ଠିତ ହୋଇଥିଲା ଜୀବନ୍ୟାଶ ପ୍ରଦାନ ଏବଂ ପ୍ରାଣ ପ୍ରତିଷ୍ଠା ନୀତି। ଏହାପରେ ଷୋଡ଼ଷ ଉପଚାର ପୂଜା ଏବଂ ପୁଷ୍ପାଞ୍ଜଳି ଅନୁଷ୍ଠିତ ହୋଇଥିଲା। ସେହିପରି ମଧ୍ୟାହ୍ନ ନୀତି, ସନ୍ଧ୍ୟା ଆଳତି ଏବଂ ରାତ୍ରିପୂଜାରେ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା। ସପ୍ତମୀ ନୀତି ଶେଷ ହୋଇ ମା’ଙ୍କ ମୁହଁ ଖୋଲା ଯାଇଥିବାରୁ ଦର୍ଶନ ପାଇଁ ସନ୍ଧ୍ୟାରେ ମଣ୍ଡପଗୁଡ଼ିକରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ଷ୍ଟେଶନବଜାର, ଶହୀଦନଗର, ରସୁଲଗଡ଼, ନୟାପଲ୍ଲୀ, ବରମୁଣ୍ଡା, ଝାରପଡ଼ା ଆଦି ପୂଜାମଣ୍ଡପରେ ଅଧିକ ଗହଳି ଦେଖାଦେଇଥିଲା। ବିଭିନ୍ନ ସ୍ଥାନରେ ମିନାବଜାର ଓ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri