ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର, ୫।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗସ୍ତରେ ସୋମବାର ସକାଳେ ନୂଆଦିଲ୍ଲୀ ଯିବା କାଯର୍ର୍‌ୟକ୍ରମ ରହିଛି। ଭାରତର ଜି-୨୦ ଅଧ୍ୟକ୍ଷତାକୁ ନେଇ ସୋମବାର ହେବାକୁ ଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତା ଉକ୍ତ ବୈଠକ ଅନୁଷ୍ଠିତ ହେବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା କାଯର୍ର୍‌ୟକ୍ରମ ରହିଥିବା ଅଧିକାରୀ ସୂତ୍ରରୁ ସୂଚନା ମିଳିଛି।
ସୂଚନାଥାଉ କି, ଡିସେମ୍ବର ୧ରୁ ଭାରତ ଆସନ୍ତା ୧ ବର୍ଷ ପର୍ଯ୍ୟନ୍ତ ଜି-୨୦ ଅଧ୍ୟକ୍ଷତା ଦାୟିତ୍ୱ ବହନ କରିଛି। ଏହି ସମୟ ମଧ୍ୟରେ ଭାରତର ୫୫ଟି ସ୍ଥାନରେ ପ୍ରାୟ ୨୦୦ ବୈଠକ ଆୟୋଜିତ ହେବ। ପ୍ରଥମ ଶେର୍ପା ବୈଠକ ରବିବାର ରାଜସ୍ଥାନର ଉଦୟପୁରରେ ଆୟୋଜିତ ହୋଇଯାଇଛି। ତେବେ ସୋମବାର ଅପରାହ୍ନ ୫ଟାରେ ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ କଲଚ୍ୟୁରାଲ ସେଣ୍ଟରରେ ହେବାକୁ ଥିବା ବୈଠକରେ ଯୋଗଦେବା ପାଇଁ ପ୍ରମୁଖ ଦଳଗୁଡ଼ିକର ମୁଖ୍ୟମାନଙ୍କୁ ନିମନ୍ତ୍ରଣ କରାଯାଇଛି। ବୈଠକରେ ଜି-୨୦ ଅଧ୍ୟକ୍ଷତାର ଲକ୍ଷ୍ୟ ସମ୍ପର୍କରେ ଅବଗତ କରାଯିବା ସହ ଦଳଗୁଡ଼ିକର ମତାମତ ଲୋଡ଼ଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri