ଆଜି ମେଲାଣି ନେବେ ଧନଦାତ୍ରୀ

ପାଲଲହଡା,୨୩।୧୦(ଡି.ଏନ.ଏ.) -୧୦ ଦିନ ଧରି ଚାଲିଥିବା ପାଲଲହଡା ଉପଖଣ୍ଡ ଲକ୍ଷ୍ମୀପୂଜାର ଭସାଣି ଉତ୍ସବ ବୁଧବାର ସ୍ଥାନୀୟ ଷ୍ଟାଡିୟମଠାରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ୧୦ ଗୋଟି ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ମେଢ ପୂର୍ବାହ୍ନ ୧୧ ଟାରେ ଷ୍ଟାଡିୟମରେ ପହଞ୍ଚିବା ପରେ ଆଜ୍ଞାଲଡୁ ନିଲାମ ହେବ। ଏହାପରେ ସମସ୍ତ ମେଢକୁ ପର୍ଯ୍ୟାୟ କ୍ରମେ ଷ୍ଟାଡିୟମରୁ ନିଆଯାଇ ନଦୀପଠା ଅସ୍ଥାୟୀ ପୋଖରୀରେ ବିସର୍ଜନ କରାଯିବ। କେନ୍ଦ୍ରୀୟ ଗଜଲକ୍ଷ୍ମୀପୂଜା କମିଟି ଆନୁକୂଲ୍ୟରେ ହେବାକୁ ଥିବା ଏହି ମେଲଣ ଉତ୍ସବରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଏମପି ମହେଶ ସାହୁ, ବିଧାୟକ ମୁକେଶ କୁମାର ପାଲ, ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି, ଆରକ୍ଷୀ ଅଧୀକ୍ଷକ ଜଗମୋହନ ମିନା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୨ ପ୍ଲାଟୁନ ଫୋର୍ସ ମୁତୟନ ହେବା ସହ ୨ଜଣ ଡିଏସପି, ୩ଜଣ ଇନ୍ସପେକ୍ଟର, ୪ଜଣ ଏସଆଇ ଏବଂ ୮ ଜଣ ଏଏସଆଇଙ୍କ ସହ ମୋଟ ୧୭ ଜଣ ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ଯଶୋବନ୍ତ ସାମଲ ପ୍ରକାଶ କରିଛନ୍ତି। ଶାନ୍ତିଶୃଙ୍ଖଳା ସହ କିପରି ଭସାଣି ଉତ୍ସବ ଶେଷ ହେବ ସେଥିପାଇଁ ଉପଜିଲାପାଳ ଅଜିତ କୁମାର ପ୍ରଧାନ ପୋଲିସ ପ୍ରଶାସନ, ସମସ୍ତ ପୂଜା କମିଟିର ସଦସ୍ୟଙ୍କୁ ଯତ୍ନବାନ ରହିବାକୁ ପରାମର୍ଶ ଦେଇଛନ୍ତି। ଅନ୍ୟପଟେ ଭସାଣି ଉତ୍ସବକୁ ଦୃଷ୍ଟିରେ ରଖି ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସହର ମଧ୍ୟକୁ କୌଣସି ଭାରିଯାନ ଚଳାଚଳ ଉପରେ କଟକଣା ଲଗାଯାଇ ଥିବାବେଳେ ଏହି ସମୟରେ ସମସ୍ତ ଗାଡିକୁ ନୂତନ ବାଇପାସ ରାସ୍ତାରେ ଛଡ଼ାଯିବ ବୋଲି ଥାନା ଅଧିକାରୀ କନକ ମାଝି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri