ଆଜି ରାଜ୍ୟରେ ୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୭ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୩୮ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୦ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଏବଂ ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୦୫୦ରେ ପହଞ୍ଚିଛି।