ଆଜି ରାତିରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୧୭।୪: ଶନିବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହେଉଛି ନାଇଟ୍‌ କର୍ଫ୍ୟୁ। ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଆଉ ଛଡ଼ା ଯିବ ନାହିଁ। ରାତି ୯ରୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେଉଥିବାରୁ ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଏହି କର୍ଫ୍ୟୁ ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟରେ କେବଳ ଜରୁରିକାଳୀନ ସେବା ଉବଲବ୍ଧ ହେବ। ଅତି ଜରୁକୀ କାମ ନ ଥିଲେ ଘରୁ ନ ବାହାରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।