ଆଜି ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌: ଲୋକସେବା ଭବନରେ ହେବ ଶପଥ ଉତ୍ସବ

କଟକ ଅଫିସ୍‌,୨୭।୪: ଓଡ଼ିଶା ହାଇକୋର୍ଟର ୩୧ତମ ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିବେ। ଲୋକସେବା ଭବନ ରାଜ୍ୟ କନ୍‌ଭେନ୍‌ସନ୍‌ ହଲ୍‌ରେ ସକାଳ ୯ଟା ବେଳେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇବେ। ରବିବାର ଜଷ୍ଟିସ୍‌ ରଫିକ୍‌ ଏକ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ତାଙ୍କୁ କାର୍ଯ୍ୟକାରୀ ମୁଖ୍ୟବିଚାରପତି ସଞ୍ଜୁ ପଣ୍ଡା ଏବଂ ଅନ୍ୟମାନେ ସ୍ବାଗତ କରିଥିଲେ। ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌.ଝାବେରୀ ଅବସର ଗ୍ରହଣ କରିବା ପରେ ଜାନୁୟାରୀ ୪ରୁ ବରିଷ୍ଠ ବିଚାରପତି କୁମାରୀ ସଞ୍ଜୁ ପଣ୍ଡା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ଥିଲେ। ରଫିକ୍‌ ମୁଖ୍ୟ ବିଚାରପତି ଭାବେ ଯୋଗଦେବା ପରେ ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୫ରେ ପହଞ୍ଚତ୍ବ।
ସୂଚନାଯୋଗ୍ୟ, ଜଷ୍ଟିସ୍‌ ରଫିକ୍‌ ଏହା ପୂର୍ବରୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଓଡ଼ିଶା ହାଇକୋର୍ଟକୁ ତାଙ୍କର ବଦଳି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ୍‌ ଗତ ୧୮ତାରିଖରେ ସୁପାରିସ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମୋହର ବାଜିବା ପରେ ୨୩ତାରିଖରେ ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଜଷ୍ଟିସ୍‌ ରଫିକ୍‌ ୨୦୦୬ ମେ’ରେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ହୋଇଥିଲେ। ପରେ ଦୁଇଥର ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି। ୨୦୧୯ ନଭେମ୍ବର ୧୩ ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri