ଆଜି ସଂଗ୍ରହ ହେବ କ୍ଷେତ୍ରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ନମୁନା

ଭୁବନେଶ୍ୱର,୨୦।୪(ବ୍ୟୁରୋ): କରୋନା ମୁକାବିଲା ଓ ରାଜଧାନୀକୁ ସଂକ୍ରମଣମୁକ୍ତ ଲକ୍ଷ୍ୟ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଚାଲିଥିବା ରାପିଡ୍‌ ଟେଷ୍ଟ ରବିବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ସହରରୁ ମୋଟ ୧୨ଶହରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବାବେଳେ ଦୁଇଦିନରେ ଏହି ସଂଖ୍ୟା ୨୫୦୦ ଅତିକ୍ରମ କରିଛି। ସୋମବାର ତୃତୀୟ ଦିନରେ ସାଧାରଣ ଲୋକଙ୍କ ସହ କ୍ଷେତ୍ର ସ୍ତରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ରାପିଡ୍‌ ଟେଷ୍ଟ କରାଯିବ। ୟୁନିଟ୍‌-୧ ସରକାରୀ ବାଳିକା ହାଇସ୍କୁଲରେ ଗଣମାଧ୍ୟମ ପ୍ରତିନିଧି ନମୁନା ପରୀକ୍ଷା କରାଇବେ। ଏହି ଶିବିର ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।
ସହରକୁ ୩ ଜୋନ୍‌ରେ ବିଭକ୍ତ କରାଯାଇ ଚାଲିଥିବା ଏହି କାର୍ଯ୍ୟକ୍ରମରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀ ସାମିଲ୍‌ ରହିଛନ୍ତି। ୧୩ଟିମ୍‌ ବିଭିନ୍ନ ଅଞ୍ଚଳରେ ଶିବିର ଆୟୋଜନ କରି ଲୋକଙ୍କ ନମୁନା ସଂଗ୍ରହ କରୁଛି। ସ୍ବେଚ୍ଛାକୃତ ଭାବେ ଲୋକମାନେ ଶିବିରକୁ ଆସି ପରୀକ୍ଷା କରାଇ ନେଉଛନ୍ତି। ରବିବାର ଦକ୍ଷିଣ ପଶ୍ଚିମ ମଣ୍ଡଳରେ ପ୍ରାଣୀ ଚିକିତ୍ସା ମହାବିଦ୍ୟାଳୟ ଓ ବିବେକାନନ୍ଦ ହସ୍ପିଟାଲରେ ଅନୁଷ୍ଠିତ ଶିବିରରେ ୨୧୫ ନମୁନା, ଉତ୍ତର ମଣ୍ଡଳର ଶିଖରଚଣ୍ଡୀ ଓ ଅନ୍ୟ ଦୁଇଟି ଶିବିରରୁ ୧୯୯ ନମୁନା ସଂଗ୍ରହ କରାଯାଇଛି। ସେହିପରି ଦକ୍ଷିଣ ପୂର୍ବ ମଣ୍ଡଳର ୯ ଶିବିରରୁ ୮୦୦ ନମୁନା ସଂଗ୍ରହ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri