ଆଜି ସଂଗ୍ରହ ହେବ କ୍ଷେତ୍ରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ନମୁନା

ଭୁବନେଶ୍ୱର,୨୦।୪(ବ୍ୟୁରୋ): କରୋନା ମୁକାବିଲା ଓ ରାଜଧାନୀକୁ ସଂକ୍ରମଣମୁକ୍ତ ଲକ୍ଷ୍ୟ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଚାଲିଥିବା ରାପିଡ୍‌ ଟେଷ୍ଟ ରବିବାର ଦ୍ୱିତୀୟ ଦିନରେ ପହଞ୍ଚତ୍ଛି। ସହରରୁ ମୋଟ ୧୨ଶହରୁ ଊର୍ଦ୍ଧ୍ୱ ନମୁନା ସଂଗ୍ରହ କରାଯାଇଥିବାବେଳେ ଦୁଇଦିନରେ ଏହି ସଂଖ୍ୟା ୨୫୦୦ ଅତିକ୍ରମ କରିଛି। ସୋମବାର ତୃତୀୟ ଦିନରେ ସାଧାରଣ ଲୋକଙ୍କ ସହ କ୍ଷେତ୍ର ସ୍ତରରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିଙ୍କ ରାପିଡ୍‌ ଟେଷ୍ଟ କରାଯିବ। ୟୁନିଟ୍‌-୧ ସରକାରୀ ବାଳିକା ହାଇସ୍କୁଲରେ ଗଣମାଧ୍ୟମ ପ୍ରତିନିଧି ନମୁନା ପରୀକ୍ଷା କରାଇବେ। ଏହି ଶିବିର ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।
ସହରକୁ ୩ ଜୋନ୍‌ରେ ବିଭକ୍ତ କରାଯାଇ ଚାଲିଥିବା ଏହି କାର୍ଯ୍ୟକ୍ରମରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀ ସାମିଲ୍‌ ରହିଛନ୍ତି। ୧୩ଟିମ୍‌ ବିଭିନ୍ନ ଅଞ୍ଚଳରେ ଶିବିର ଆୟୋଜନ କରି ଲୋକଙ୍କ ନମୁନା ସଂଗ୍ରହ କରୁଛି। ସ୍ବେଚ୍ଛାକୃତ ଭାବେ ଲୋକମାନେ ଶିବିରକୁ ଆସି ପରୀକ୍ଷା କରାଇ ନେଉଛନ୍ତି। ରବିବାର ଦକ୍ଷିଣ ପଶ୍ଚିମ ମଣ୍ଡଳରେ ପ୍ରାଣୀ ଚିକିତ୍ସା ମହାବିଦ୍ୟାଳୟ ଓ ବିବେକାନନ୍ଦ ହସ୍ପିଟାଲରେ ଅନୁଷ୍ଠିତ ଶିବିରରେ ୨୧୫ ନମୁନା, ଉତ୍ତର ମଣ୍ଡଳର ଶିଖରଚଣ୍ଡୀ ଓ ଅନ୍ୟ ଦୁଇଟି ଶିବିରରୁ ୧୯୯ ନମୁନା ସଂଗ୍ରହ କରାଯାଇଛି। ସେହିପରି ଦକ୍ଷିଣ ପୂର୍ବ ମଣ୍ଡଳର ୯ ଶିବିରରୁ ୮୦୦ ନମୁନା ସଂଗ୍ରହ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri