ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି ଶନିବାର ସାରା ରାଜ୍ୟରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା ଏବଂ କଳାହାଣ୍ଡି ଜିଲାକୁ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୬୦ ରୁ ୭୦ କି.ମି. ରହିବ। ସେହିପରି ବାକି ଜିଲାଗୁଡିକୁ ବର୍ଷା ପବନ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବ। ରବିବାରଠାରୁ ଗୁରୁବାର ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଝାରସୁଗୁଡା, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହିତ ବର୍ଷା ପବନ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ, ଶୁକ୍ରବାର ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିବାବେଳେ ବଲାଙ୍ଗୀରରେ ସର୍ବାଧିକ ୪୩.୧ ଡିଗ୍ରୀ ତାପମାତ୍ରା ରହିଥିଲା। ସେହିପରି ଟିଟିଲାଗଡ଼ରେ ୪୩ ଡିଗ୍ରୀ, ସମ୍ବଲପୁର ୪୨.୨, ଭବାନୀପାଟଣା ଓ ନୂଆପଡ଼ା ୪୧.୮, ହୀରାକୁଦ ୪୧.୬, ଝାରସୁଗୁଡା ୪୧.୧ ଓ ସୋନପୁର ୪୦.୩ ଡିଗ୍ରୀ ଛୁଇଁଥିବାବେଳେ ଯାଜପୁରରେ ସବୁଠାରୁ କମ୍‌ ତାପମାତ୍ରା ୩୩ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବାଲେଶ୍ୱର ଓ ପୁରୀରେ ୩୩.୮ ଡିଗ୍ରୀ ଓ ଛତ୍ରପୁରରେ ୩୫ ଡିଗ୍ରୀ ତାପମାତ୍ରା ରହିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri