ଆଜି ସିଂହବାହିନୀ ବେଶରେ ଦର୍ଶନ ଦେବେ ମା’ମଙ୍ଗଳା

କାକଟପୁର,୪।୧୦(ଡି.ଏନ୍‌.ଏ): ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଆଶ୍ୱିନ ମୂଳାଷ୍ଠମୀ ତିଥିରୁ ଚାଲିଛି ଶାରଦୀୟ ପାର୍ବଣ ପୂଜା। ଶୁକ୍ରବାର ଆଶ୍ୱିନ ଶୁକ୍ଳ ସପ୍ତମୀ ତିଥି ଅବସରରେ ମା’ମଙ୍ଗଳା ପାରମ୍ପରିକ ପ୍ରଥାନୁସାରେ ଭକ୍ତଙ୍କୁ ସିଂହବାହିନୀ ବେଶରେ ଦର୍ଶନ ଦେବେ। ସନ୍ଧ୍ୟା ଆଳତୀ ପରେ ମା’ଙ୍କୁ ମହାସ୍ନାନକରି ପୂଜାପଣ୍ଡା ସିଂହବାହିନୀ ବେଶରେ ସଜ୍ଜିତ କରିବେ। ମା’ଙ୍କ ମୁଖାରବିନ୍ଦକୁ ଚନ୍ଦନ ପ୍ରଲେପ ଦିଆଯିବା ସହିତ କାଷ୍ଠ ନିର୍ମିତ ଏକ ସିଂହ ଏପରି ଖଞ୍ଜାଯିବ ଯେପରି ମା’ ସିଂହ ଉପରେ ବିରାଜମାନକରି ମହିଷାସୁରକୁ ଖୋଜିବା ପାଇଁ ଅଗ୍ରସର ହେଉଥିବାପରି ଲାଗିବ। ପୂର୍ବରୁ ମା’ଙ୍କୁ ପାଦପଦ୍ମ, ତୀରକମାଣ, ଖଡ଼ଗ, ରକ୍ତପାତ୍ର ଲାଗି କରାଯାଇଥାଏ। ସିଂହବାହିନୀ ବେଶ ଶାରଦୀୟ ପାର୍ବଣ ପୂଜା ଅବସରରେ ହେଉଥିବା ମା’ଙ୍କର ପ୍ରସିଦ୍ଧ ବେଶ ଅଟେ। ମା’ଙ୍କ ଏହି ବେଶ ଦେଖିବାକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥାଏ। ଏଥିପାଇଁ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ମନ୍ଦିର ଉତ୍ତରଦ୍ୱାର ନିକଟରେ ଭଜନ ସମାରୋହ ଅନୁଷ୍ଠିତ ହେବ। ମା’ଙ୍କ ବେଶପରେ ଭକ୍ତମାନଙ୍କୁ ବ୍ୟାରିକେଟ ମଧ୍ୟରେ ମନ୍ଦିର ଭିତରକୁ ଦର୍ଶନ ପାଇଁ ଛଡ଼ାଯିବାର ବ୍ୟବସ୍ଥା ହୋଇଥିବା କାକଟପୁର ଥାନା ଆଇଆଇସି ସୁମନ୍ତି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ...

ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି।...

ଘୋଷଣା ହେଲା ଭାଜପା ବିଧାନସଭା ପ୍ରାର୍ଥୀ ତାଲିକା, ଜାଣନ୍ତୁ କେଉଁଠୁ କିଏ ପାଇଲେ ଟିକେଟ୍‌

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ରାଉଲକେଲାରୁ ପ୍ରାର୍ଥୀ ହୋଇଛନ୍ତି ଦିଲ୍ଲୀପ ରାୟ। ସେହିପରି ପାଟଣାରୁ ଅଖିଲ ଚନ୍ଦ୍ର...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

ଯାଜପୁର ବସ୍‌ ଦୁର୍ଘଟଣାର କାରଣ ଜଣାପଡିଲା: ଏମିତି ହୋଇଥିଲା ଦୁର୍ଘଟଣା

ଭୁବନେଶ୍ୱର,୧୫ା୪: ଯାଜପୁର ଜିଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ବାରବାଟୀ ଛକ ନିକଟ ଓଭରବ୍ରିଜ୍‌ରୁ ‘କାଳିଆନନା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌...

ମରୀଚି କୁଣ୍ଡ ପାଣି ନିଲାମ: ଏତିକି ଟଙ୍କା ଦେଇ ପ୍ରଥମ ଗରାପାଣି କିଣିଲେ ଏହି ମହିଳା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ସୋମବାର ବିଳମ୍ବିତ ରାତିରେ ଏହି...

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri