ଆଜି ସ୍ନାନଯାତ୍ରା

ପୁରୀ ଅଫିସ, ୫ା୬:ଶୁକ୍ରବାର ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ପ୍ରତିଦିନ ବିମ୍ବ (ଦର୍ପଣ) ସ୍ନାନ କରୁଥିବା ମହାପ୍ରଭୁ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ଏଥିପାଇଁ ଦାରୁଦିଅଁଙ୍କୁ ଅପେକ୍ଷା କରିରହିଛି ସ୍ନାନବେଦି। ଠାକୁରଙ୍କ ସମସ୍ତ ନୀତିକାନ୍ତି ସିନା ହେବ କିନ୍ତୁ ଏ ସବୁକୁ ଦେଖିବାକୁ ବଡ଼ଦାଣ୍ଡରେ ଭକ୍ତ ନ ଥିବେ କି ସିଂହଦ୍ୱାରରେ ଶୁଣିବାକୁ ମିଳିବନି ଜୟ ଜଗନ୍ନାଥ ଧ୍ୱନି। ଦେଖିବାକୁ ମିଳିବନି ଭକ୍ତର ଆତୁର ପ୍ରାର୍ଥନା ଓ ଭାବବିହ୍ବଳତା। କାରଣ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି କରୋନା। ଏହି ମହାମାରୀ ପାଇଁ ଭକ୍ତଙ୍କୁ ଏଥର ବଡ଼ଦାଣ୍ଡ ମନା। ଶ୍ରୀମନ୍ଦିର ଇତିହାସରେ ପ୍ରଥମ ଥର ୧୪୪ ଧାରା ଭିତରେ ହେଉଛି ସ୍ନାନଯାତ୍ରା।
ଗୁରୁବାର ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ସେନାପଟା ଲାଗି ଶେଷ ହୋଇଛି। ରତ୍ନସିଂହାସନରେ ଚାରବାଡ଼ ବନ୍ଧା ସରିଛି। ରାତି ୧ଟାରୁ ଶୁକ୍ରବାର ଭୋର ୪ଟା ମଧ୍ୟରେ ପହଣ୍ଡି ଲାଗି ନୀତି ନିର୍ଘଣ୍ଟ ହୋଇଛି। ପ୍ରଥମେ ଶ୍ରୀସୁଦର୍ଶନ, ପରେ ବଡଠାକୁର ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ଜଗତର ନାଥ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ଆସିବେ। ଦାରୁବିଗ୍ରହମାନେ ସ୍ନାନବେଦିରେ ପ୍ରତ୍ୟକ୍ଷ ସ୍ନାନ କରିବେ। ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନା କୁଅରୁ ୧୦୮ ଗଡୁ ଜଳ ଆଣି ଜଳଗୃହରେ ରଖିବେ। ଚୁଆ, ଚନ୍ଦନ, କର୍ପୁର ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ୧୦୮ ଗଡୁ ଜଳ ନେଇ ୪ଟି ପନ୍ତିରେ ସ୍ନାନବେଦିରେ ରଖାଯିବ। ଜଳ ପୂଜା ପରେ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୩ ଗଡୁ, ସୁଭଦ୍ରା ୨୨ ଗଡୁ, ଶ୍ରୀଜଗନ୍ନାଥ ୩୫ ଗଡୁ ଏବଂ ସୁଦର୍ଶନ ୧୮ ଗଡୁ ଜଳରେ ସ୍ନାନ କରିବେ। ଗଜପତି ମହାରାଜା ଛେରାପହଁରା ନୀତି ସମ୍ପନ୍ନ କରିବା ପରେ ମହାପ୍ରଭୁଙ୍କ ଦୁଲର୍‌ଲଭ ହାତୀବେଶ ଅନୁଷ୍ଠିତ ହେବ। ଏହି ବେଶ ଥାଇ ଘଣ୍ଟଛତା ସକାଳ ଧୂପ ଭୋଗ ସମ୍ପନ୍ନ ହେବ। ଏଥର ଭକ୍ତଙ୍କୁ ବାରଣ କରାଯାଇଥିବାରୁ ସାହାଣ ମେଲା ଦର୍ଶନ ବନ୍ଦ ରହିଛି। ଅପରାହ୍ନ ୪ଟାରେ ହାତୀବେଶ ମଇଲମ ହେବ। ପରେ ପୁଷ୍ପାଞ୍ଜଳି ଓ ଡୋର ଲାଗି ଶେଷ ହୋଇ ମହାପ୍ରଭୁ ସ୍ନାନବେଦିରୁ ଗୋଟି ପହଣ୍ଡିରେ ଅଣସର ପିଣ୍ଡିକୁ ବିଜେ କରିବେ। ଅପରାହ୍ନ ୫ଟାରୁ ରାତି ୮ଟା ମଧ୍ୟରେ ବାହୁଣ୍ଡା ପହଣ୍ଡି ଶେଷ ପାଇଁ ସମୟ ନିର୍ଘଣ୍ଟ ହୋଇଛି। ଏହାପରେ ସୁନା ଚିତା ଓ ରାହୁରେଖା ମଇଲମ ହୋଇ ତାଟି ବନ୍ଧା ଯିବ। ଆରମ୍ଭ ହେବ ଅଣସର ନୀତି। ଦୀର୍ଘବର୍ଷ ପରେ ଚଳିତବର୍ଷ ପ୍ରଥମ ଥର ପାଇଁ ସ୍ନାନପୂର୍ଣ୍ଣିମା ଦିନଠାରୁ ହିଁ ଠାକୁରଙ୍କ ଅଣସର ବିଧି ଆରମ୍ଭ କରାଯିବ। ଜ୍ୱରରେ ପଡ଼ିିବେ ମହାପ୍ରଭୁ। ୧୫ଦିନ ଧରି ଚାଲିବ ଉପଚାର। ସୁସ୍ଥ ହେବେ ମହାପ୍ରଭୁ। ଆସନ୍ତା ୨୦ ତାରିଖରେ ନବଯୌବନ ଦର୍ଶନ ଥିବାବେଳେ ୨୩ ତାରିଖରେ ରଥଯାତ୍ରା।
ଏବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା କରାଯାଉଥିବାବେଳେ ରଥଯାତ୍ରା ଆୟୋଜନକୁ ନେଇ ଅନିଶ୍ଚିତତା ଲାଗିରହିଛି। ସ୍ନାନଯାତ୍ରା ସୁପରିଚାଳନା ପାଇଁ ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଘରେ ରହି ସ୍ନାନଯାତ୍ରା ଦେଖିବା ଲାଗି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସିଧା ପ୍ରସାରଣ ବ୍ୟବସ୍ଥା ହୋଇଛି। ଗୁରୁବାର ଡିଆଇଜି ଆଶିଷ ସିଂ ପୁରୀ ଆସି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଆଖପାଖ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୧୦ଟାରୁ ୬ତାରିଖ ଭୋର ୨ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ପୁରୀବାସୀଙ୍କ ଏହି ତ୍ୟାଗ ଦୁନିଆ ପାଇଁ ଉଦାହରଣ ସୃଷ୍ଟି କରିବ ବୋଲି ଜିଲାପାଳ ବଲୱନ୍ତ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri