Odisha Elections 2024

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ନାମାଙ୍କନ ପାଇଁ ସେ ପୂର୍ବାହ୍ନ ୧୦ଟା ୨୦ ମିନିଟରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ହିଞ୍ଜିଳି ଅଭିମୁଖେ ଯାତ୍ରା କରିବେ। ପୂର୍ବାହ୍ନ ୧୧ଟା ୧୫ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ମାଆଙ୍କ ଆଶୀର୍ବାଦ ନେଇ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ମଧ୍ୟାହ୍ନ ୧୨ଟା ୩୫ରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ଅନ୍ୟ ସ୍ଥାନୀୟ ନେତା ଉପସ୍ଥିତ ରହିବେ। ୨୦୦୦ରୁ ନବୀନ ହିଞ୍ଜିଳିରୁ ବିଧାୟକ ରହି ଆସିଛନ୍ତି। ଚଳିତ ନିର୍ବାଚନରେ ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରୁ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି। ହିଞ୍ଜିଳିରୁ ତାଙ୍କ ବିପକ୍ଷରେ ଭାଜପାରୁ ଶିଶିର ମିଶ୍ର ଓ କଂଗ୍ରେସରୁ ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି। ଆସନ୍ତା ମେ ୨୦ରେ ହିଞ୍ଜିଳିରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସର ଏମପି ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ।...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି...

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri