ଆଜି ହେରାପଞ୍ଚମୀ : ଲକ୍ଷ୍ମୀ ଠାକୁରାଣୀ ଭାଙ୍ଗିବେ ନନ୍ଦିଘୋଷ ରଥ

ପୁରୀ ଅଫିସ,୮।୭: ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କୁ ଛାଡ଼ିି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କୁ ସାଥୀରେ ଧରି ନବଦିନାତ୍ମକ ଯାତ୍ରା କରିଛନ୍ତି। ତାଙ୍କୁ ସାଙ୍ଗରେ ଆଣି ନ ଥିବାରୁ ଅଭିମାନରେ ରହିଛନ୍ତି ଶ୍ରୀଦେବୀ। ତେଣୁ କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ସେ ଗୁଣ୍ଡିଚା ମନ୍ଦିର ଆସନ୍ତି। ହେଲେ ୯ ଦିନର ଯାତ୍ରା ନ ସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି କହନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ମହାପ୍ରଭୁଙ୍କ ରଥ ଭାଙ୍ଗି ଦେଇଯାନ୍ତି ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ। ଏହି ପରମ୍ପରାକୁ ହେରାପଞ୍ଚମୀ କୁହାଯାଏ। ସୋମବାର ପାଳିତ ହେବ ଏହି ନୀତି। ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ଭୋର ୪ଟାରେ ଦ୍ୱାର ଫିଟା ଯାଇ ୫ଟା ସୁଦ୍ଧା ମଙ୍ଗଳ ଆଳତି ବଢିବ। ମଇଲମ, ତଡ଼ପଲାଗି ନୀତି ବଢି ସକାଳ ୬ଟାରେ ଅବକାଶ ନୀତି ସମ୍ପନ୍ନ ହେବ। ସକାଳ ୬ଟା ୩୦ରୁ ୭ଟା ୩୦ ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ପରେ ରୋଷହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ହୋଇ ଠାକୁରଙ୍କ ବେଶ ବଢ଼ିବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମଧ୍ୟରେ ସକାଳ ଧୂପ ଏବଂ ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଭୋଗ ମଣ୍ଡପ ବଢ଼ିବ। ଏହାପରେ ମହାପ୍ରଭୁଙ୍କ ମଇଲମ, ଯାତ୍ରାଙ୍ଗୀ ମହାସ୍ନାନ, ଘଣ୍ଟଛତା ସର୍ବାଙ୍ଗ, ନୂଆଲୁଗା ଲାଗି ବେଶ ହେବ। ଅପରାହ୍ନ ୩ଟାରୁ ୪ଟା ୩୦ ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି ବଢ଼ି ଅପରାହ୍ନ ୫ଟା ୩୦ ସୁଦ୍ଧା ଦ୍ୱିତୀୟ ଭୋଗ ମଣ୍ଡପ ବଢିବ। ଏହାପରେ ମଇଲମ, ସନ୍ଧ୍ୟା ଆଳତି, ମହାପ୍ରଭୁଙ୍କ ବାଡ଼ରେ ମହାସ୍ନାନ, ତିନିବାଡ଼ରେ ଘଣ୍ଟଛତା ସର୍ବାଙ୍ଗ, ନୂଆଲୁଗା ଲାଗି ଏବଂ ଅଳଙ୍କାର ଲାଗି ହୋଇ ଠାକୁରଙ୍କ ବେଶ ହେବ। ପରେ ସନ୍ଧ୍ୟାଧୂପ ହେବ। ସନ୍ଧ୍ୟାଧୂପ ପୂଜା ବସିଥିବାବେଳେ ରଥ ନିକଟରେ ନୀତି ସାରି ଶ୍ରୀଦେବୀ ଜଗମୋହନକୁ ବିଜେ କରିବେ। ଶ୍ରୀଦେବୀଙ୍କୁ ଆଜ୍ଞାମାଳ ଲାଗି ହେବା ପରେ ସନ୍ଧ୍ୟାଧୂପ ଟେରା ପଡ଼ିିବ। ରାତ୍ର ୯ଟା ୫୦ ସୁଦ୍ଧା ସନ୍ଧ୍ୟାଧୂପ ବଢିବ। ପରେ ମଇଲମ, ଚନ୍ଦନଲାଗି ଓ ବଡ଼ସିଂହାର ହୋଇ ରାତ୍ର ୧ଟା ସୁଦ୍ଧା ପହୁଡ଼ ହେବାକୁ ନୀତି ନିର୍ଘଣ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri