Posted inଜାତୀୟ

ଆଜି ହୋଇପାରେ ଚୂଡ଼ାନ୍ତ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୨: ବହୁଚର୍ଚ୍ଚିତ ନିର୍ଭୟା ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା(୨୬)ଙ୍କ ମର୍ସି ପିଟିଶନ ରଦ୍ଦ ହୋଇଯାଇଛି। ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରିବା ଲାଗି ବିନୟ କରିଥିବା ଆବେଦନକୁ ଶନିବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିଦେଇଛନ୍ତି।
ସହ ଅନ୍ୟ ୩ ଦୋଷୀ ମୁକେଶ ସିଂ(୩୨), ଅକ୍ଷୟ ସିଂ(୩୧) ଓ ପବନ ଗୁପ୍ତା(୨୫)ଙ୍କୁ ଶନିବାର ଫାଶୀଖୁଣ୍ଟରେ ଝୁଲାଇବା ପାଇଁ ଅଦାଲତଙ୍କ ନିର୍ଦ୍ଦେଶ ରହିଥିଲା। କିନ୍ତୁ ଦୋଷୀମାନଙ୍କ ଓକିଲ ଏହାକୁ ପଟିଆଲା ହାଉସ୍‌ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଫଳରେ ଅନ୍ୟାଦେଶ ଜାରି ନ ହେବା ଯାଏ ସେମାନଙ୍କୁ ମୃତ୍ୟୁଦଣ୍ଡ ଦିଆଯିବ ନାହିଁ ବୋଲି ଅତିରିକ୍ତ ସେସନ୍ସ ଜଜ୍‌ ଧର୍ମେନ୍ଦ୍ର ରାଣା ଶୁକ୍ରବାର ସନ୍ଧ୍ୟାରେ ରାୟ ଦେଇଥିଲେ। ଏହି ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଦାଏର କରାଯାଇଥିବା ପିଟିଶନର ଶୁଣାଣି ରବିବାର କରାଯିବ। ଏଥିଲାଗି ଜଷ୍ଟିସ୍‌ ସୁରେଶ କୈଟ୍‌ ୪ ଦୋଷୀଙ୍କୁ ନୋଟିସ ଜାରି କରିଛନ୍ତି। ସେହିପରି ସରକାରଙ୍କ ଆବେଦନ ଉପରେ ମହାନିର୍ଦ୍ଦେଶକ (କାରାଗାର) ଓ ତିହାର ଜେଲ କର୍ତ୍ତୃପକ୍ଷଙ୍କୁ ମଧ୍ୟ ସେମାନଙ୍କ ମତାମତ ପାଇଁ ନୋଟିସ କରାଯାଇଛି। ଏବେ ମୁକେଶଙ୍କୁ ଛାଡ଼ିଦେଲେ ଅନ୍ୟ ୩ ଦୋଷୀଙ୍କ ପାଖରେ ଆଇନଗତ ବିକଳ୍ପ ରହିଛି। ମୁକେଶଙ୍କ ରାଜକ୍ଷମା ଆବେଦନକୁ ରାଷ୍ଟ୍ରପତି ଖାରଜ କରିଦେବା ପରେ ସେ ତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ସର୍ବୋଚ୍ଚ ଅଦାଲତ ତାଙ୍କ ପୁନର୍ବିଚାର ପିଟିଶନକୁ ଖାରଜ କରିସାରିଛନ୍ତି।
ପ୍ରକାଶ ଯେ, ୨୦୧୨ ଡିସେମ୍ବର ୧୬ ରାତିରେ ୨୩ ବର୍ଷୀୟା ପାରାମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଏକ ଚଳନ୍ତା ବସ୍‌ରେ ୬ ଅଭିଯୁକ୍ତ ଗଣବଳାତ୍କାର କରି ରାସ୍ତାକୁ ଫିଙ୍ଗି ଦେଇଥିଲେ। ପୀଡ଼ିତାଙ୍କୁ ସିଙ୍ଗାପୁରସ୍ଥିତ ମାଉଣ୍ଟ ଏଲିଜାବେଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ମୃତ୍ୟୁ ସହ ସଂଗ୍ରାମ କରି ୨୯ ତାରିଖରେ ଆଖି ବୁଜିଦେଇଥିଲେ। ବସ୍‌ ଡ୍ରାଇଭର ରାମ ସିଂ ତିହାର ଜେଲରେ ଆମତ୍ହତ୍ୟା କରିଥିଲେ। ନାବାଳକ ଦୋଷୀ ୩ ବର୍ଷ ଜେଲଦଣ୍ଡ ଭୋଗିବା ପରେ ମୁକୁଳିଥିଲେ। ଅନ୍ୟ ୪ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ପାଇଁ ୨ ଥର (ଜାନୁୟାରୀ ୨୨ ଓ ଫେବୃୟାରୀ ୧ରେ ଫାଶୀ ଦେବା ଲାଗି) ଡେଥ୍‌ ଓ୍ବାରେଣ୍ଟ ଜାରି ହେଲାଣି। ଏହା ସତ୍ତ୍ୱେ ସେମାନଙ୍କ ଓକିଲମାନେ ଆଇନର ଗଳାବାଟ ଦେଇ ଦୋଷୀଙ୍କ ମୃତ୍ୟୁ ଦଣ୍ଡାଦେଶକୁ କିଛିଦିନ ଲାଗି ଟାଳିଦେବାରେ ସକ୍ଷମ ହୋଇଛନ୍ତି। ତେଣୁ କେନ୍ଦ୍ର ସରକାରଙ୍କ ପିଟିଶନ ଉପରେ ଦିଲ୍ଲୀ ହାଇକୋର୍ଟ କି ରାୟ ଦେଉଛନ୍ତି, ତା’ ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri