ଆଜି ୧୧ ଜିଲାରେ ଝଡ଼ତୋଫାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ମଙ୍ଗଳବାର ୧୧ ଜିଲାକୁ ଝଡ଼ତୋଫାନ ସତର୍କ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ମୁତାବକ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଙ୍ଗଳବାର ଝଡ଼ତୋଫାନ ସହ ବଜ୍ରପାତ ହେବା ଆଶଙ୍କା ରହିଛି। ଏହି ସମୟରେ ଘରୁ ନ ବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଓଡ଼ିଶାର ଉତ୍ତର ଉପକୂଳର ବିଭିନ୍ନ ଜିଲା ସହ ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ ଜିଲାରେ ମଙ୍ଗଳବାର ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କହିଛି ପାଣିପାଗ କେନ୍ଦ୍ର। ଅନ୍ୟପକ୍ଷରେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହୋଇଛି। ପୁରୀରେ ସର୍ବାଧିକ ୬ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀରରେ ୪ ମିମି, ବାଲେଶ୍ୱରରେ ୩ ମିମି, ବାରିପଦାରେ ୨.୨ ମିମି, ଟିଟିଲାଗଡ଼ ଓ ଦାରିଙ୍ଗବାଡ଼ିରେ ୨ ମିମି ରେକର୍ଡ କରାଯାଇଛି। ମୌସୁମୀ ଓ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri