A man stands near Arjipalli beach during rain and strong winds caused by cyclonic storm named Titli, or Butterfly near Gopalpur on the Bay of Bengal coast, Ganjam district, eastern Orissa state, India, Thursday, Oct.11, 2018. The severe cyclone damaged mud huts and uprooted trees and electric poles Thursday in eastern India where authorities have moved nearly 300,000 people to higher ground. (AP Photo)
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତା ୩୦ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଏହିଦିନଠାରୁ ମେ’ ୩ ମଧ୍ୟରେ ଆଣ୍ଡାମାନ ସାଗର ଉପକୂଳରେ ବର୍ଷା ସହ ପବନ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ଲାଗି ବାରଣ କରାଯାଇଛି। ସେପଟେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, ବୌଦ୍ଧ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଆଦି ୧୩ ଜିଲାକୁ ପ୍ରବଳ ବର୍ଷା ହେବ। ଏଥିସହିତ ଏଠାରେ ଘଣ୍ଟାକୁ ୪୦ରୁ ୫୦କିମି ବେଗରେ ପବନ ବହିବ। ଏସବୁ ଜିଲାକୁ ମଧ୍ୟ ଝଡ଼ତୋଫାନ ଓ ବଜ୍ରପାତ ଆଶଙ୍କା ରହିଛି। ତେଣୁ ଏସବୁ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ଉପକୂଳ ଓଡ଼ିଶାର କିଛି ସ୍ଥାନ, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ ସୋନପୁର ଜିଲାରେ ଝଡ଼ତୋଫାନ ସହିତ ବଜ୍ରପାତ ହେବ। ଏସବୁ ଜିଲାରେ ୩୦ରୁ ୪୦କିମି ବେଗରେ ପବନ ବହିବ। ଏଥିପାଇଁ ଏସବୁ ସ୍ଥାନକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଏବଂ ରାଜ୍ୟର ଆଉ କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାରେ ଝଡ଼ତୋଫାନ ସହିତ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏସବୁ ଜିଲାରେ ୩୦ରୁ ୪୦କିମି ବେଗରେ ପବନ ବହିବ। ଏଥିପାଇଁ ଏସବୁ ସ୍ଥାନକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।