ଆଜି ୪ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୯।୭(ବ୍ୟୁରୋ) : ମନ୍‌ସୁନ୍‌ ଟ୍ରପ୍‌ ଲାଇନ୍‌ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହିସବୁ ଜିଲାକୁ ପାଣିପାଗ କେନ୍ଦ୍ର ଅରେଞ୍ଜ ଓ୍ବାର୍ନିଂ ଦେଇଛି। ସେହିପରି ଭୀଷଣ ବର୍ଷାକୁ ଆଖି ଆଗରେ ରଖି ୧୧ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହି ଜିଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ରାୟଗଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନବରଙ୍ଗପୁର, ପୁରୀ, କଟକ, କେନ୍ଦ୍ରାପଡ଼ା, ବୌଦ୍ଧ ଓ ଭଦ୍ରକ।
ରବିବାର ମାଲକାନଗିରିରେ ସର୍ବାଧିକ ୭୦ ମିଲିମିଟର ବର୍ଷା ହୋଇଥିବାବେଳେ କଟକ ୨୦.୪ ମିମି, ଭୁବନେଶ୍ୱର ୬.୬ ମିମି, ପୁରୀ ୩୦.୭ ମିମି, ଅନୁଗୋଳ ୨୪ ମିମି, ବାରିପଦା ୧୪.୮ ମିମି, କେନ୍ଦୁଝରଗଡ଼ ୪୯ ମିିମି, କୋରାପୁଟ ୪୬ ମିମି, ଦାରିଙ୍ଗବାଡ଼ି ୭ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାଛଡ଼ା ଭବାନୀପାଟଣା, ତାଳଚେର, ଝାରସୁଗୁଡ଼ା, ଗୋପାଳପୁର, ପାରାଦୀପ, ବାଲେଶ୍ୱର, ଚାନ୍ଦବାଲିରେ ମଧ୍ୟ ସ୍ବଳ୍ପ ପରିମାଣର ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୩୧ ତାରିଖରେ ପୁଣି ଏକ ଲଘୁଚାପ ହେବାର ସମ୍ଭାବନା ରହିଥିବାରୁ ସେହିଦିନ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳରେ ପ୍ରବଳ ବର୍ଷା ହେବ। ତେବେ ୧ ତାରିଖରୁ ବର୍ଷା ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri