ଆଜି ୭ ଜିଲାକୁ କାଳବୈଶାଖୀ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଅସହ୍ୟ ତାତିରୁ ମୁକ୍ତି ପାଇଛନ୍ତି ରାଜ୍ୟବାସୀ। ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ଗରମ ଯୋଗୁ ଲୋକେ ଛଟପଟ ହେଉଥିଲେ। କିନ୍ତୁ ଗୁରୁବାର ପାଗରେ ପରିବର୍ତ୍ତନ ହୋଇଛି। ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହରରେ ବର୍ଷା ହୋଇଥିଲା। କୋହଲା ପାଗକୁ ବର୍ଷା ଲୋକଙ୍କୁ ଆଶ୍ୱସ୍ତି ଦେଇଥିଲା। ଶୁକ୍ରବାର ମଧ୍ୟ ରାଜ୍ୟର ବିଭିନ୍ନ ସହରରେ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କୋରାପୁଟ, କନ୍ଧମାଳ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଆଦି ୭ ଜିଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଠାରେ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିବା ସହିତ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଅନୁମାନ କରିଛି। ଏଥିପାଇଁ ଏହି ୭ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେପଟେ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଯେଉଁଭଳି ଥିଲା, ସେମିତି ରହିଥିଲା। ଗୁରୁବାର ୯ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସୋନପୁର ୪୫ଡିଗ୍ରୀରେ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ସମ୍ବଲପୁର ୪୩.୯, ବଲାଙ୍ଗୀର ୪୩, ଭବାନୀପାଟଣା ୪୨.୬, ହୀରାକୁଦ ୪୨.୧, ଝାରସୁଗୁଡ଼ା ୪୨, ଫୁଲବାଣୀ ୪୧.୫, ମାଲକାନଗିରି ୪୧ ଓ କେନ୍ଦୁଝରରେ ୪୦ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୩୫.୮ ଏବଂ କଟକରେ ୩୫.୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?