ଆଜି ୭ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ଓ ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ତେବେ ୨୨ରୁ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ବିଶେଷ କରି ବ୍ରହ୍ମପୁରରେ ପ୍ରବଳ ବର୍ଷା ହେବାରୁ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଆଦି ୭ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାଛଡ଼ା ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହୋଇପାରେ। ତେବେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ବାହାରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନାନୁସାରେ, ୨୨ ଓ ୨୩ ତାରିଖ ଦୁଇଦିନ ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳହାଣ୍ଡି ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷଜ୍ଞଙ୍କ କହିବାନୁଯାୟୀ, ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ୨୫ ତାରିଖ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା ହେବ। ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୨୨ରୁ ୨୫ ତାରିଖ ମଧ୍ୟରେ ପ୍ରତିଦିନ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୩ରୁ ୨୭ ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର ସମେତ ଉତ୍ତର ଉପକୂଳରେ ବର୍ଷା ହୋଇପାରେ। ତେବେ ଉତ୍ତର ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri