ଆଜି ୮ଜିଲାରେ ପ୍ରବଳ ବର୍ଷା : ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶାରେ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର,୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଏହିକ୍ରମରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରବିବାର ମାଲକାନଗିରିରେ ସର୍ବାଧିକ ୭୦.୨ ମିଲିମିଟର ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ୪୯, କୋରାପୁଟରେ ୪୬.୨, ପୁରୀରେ ୩୦.୭, ଅନୁଗୋଳରେ ୨୪, କଟକରେ ୨୦.୪, ବାରିପଦାରେ ୧୪.୮ ମିମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଭୁବନେଶ୍ୱର, ବାଲେଶ୍ୱର, ଚାନ୍ଦବାଲି, ପାରାଦୀପ, ସୁନ୍ଦରଗଡ଼, ଭବାନୀପାଟଣା, ଟିଟିଲାଗଡ଼, ଦାରିଙ୍ଗବାଡ଼ି, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଜିଲାର କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇଥିବା ସୂଚନା ମିଳିଛି। ସୋମବାର ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ବରଗଡ଼ ଓ କଳାହାଣ୍ଡି ଆଦି ୮ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସୋମବାର ଝଡ଼ତୋଫାନ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି। ବୁଧବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ ଓ ଢେଙ୍କାନାଳ ଆଦି ୬ ଜିଲା ଏବଂ ଗୁରୁବାର କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, କେନ୍ଦୁଝର, ଅନୁଗୋଳ, କଟକ, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର ଓ ସୋନପୁର ଆଦି ୧୨ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri