ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ: ଅଧ୍ୟାପକ,କର୍ମଚାରୀ ଦରମା ପାଇ ନ ଥିବା ଅଭିଯୋଗ

ତେଲକୋଇ, ୨୭।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ଥିବା ସିରିଗିଡା ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀମାନେ ଗତ ଜୁଲାଇ ମାସରୁ ଦରମା ପାଇନାହାନ୍ତି । ସେହିପରି ଇପିଏଫ୍‌ ପାଇଁ ୧୫ପ୍ରତିଶତ ଅଂଶ ଧନ ଦିଆ ନ ଯିବାକୁ ନେଇ ବିବାଦ ସୃଷ୍ଟି ହୋଇଛି । ଏହାକୁ ସମୂହ କର୍ମଚାରୀ ଉଚ୍ଚ ଶିକ୍ଷା ବିଭାଗ ଡାଇରେକ୍ଟର(ଭୁବନେଶ୍ୱର)ସମେତ କମିଶନର କମ୍‌ ସେକ୍ରେଟାରୀ ସ୍କୁଲ ଏବଂ ମାସ ଏଜୁକେଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଶିକ୍ଷା ମନ୍ତ୍ରୀ ଏବଂ ଦକ୍ଷତା ବିକାଶ ମନ୍ତ୍ରୀଙ୍କୁ ଜଣାଇଛନ୍ତି ।
ଅଭିଯୋଗ ଅନୁଯାୟୀ, ଗତ ଜୁଲାଇ ମାସରୁ ସଂପୃକ୍ତ କର୍ମଚାରୀମାନେ ଦରମା ପାଇନାହାନ୍ତି । କର୍ମଚାରୀଙ୍କ ୧୫ପ୍ରତିଶତ ଇପିଏଫ୍‌ ଟଙ୍କା ଅଧ୍ୟକ୍ଷଙ୍କ ଆକାଉଣ୍ଟକୁ ଆସିଥିଲେ ହେଁ ପ୍ରଦାନ କରାଯାଇନାହିଁ । ସେହିପରି କଲେଜର କର୍ମଚାରୀଙ୍କ ଦରମା ଆକ୍ରୋଶମୂଳକ ଭାବେ ନଭେମ୍ବର ୨୦୧୭ରୁ ଦିଆଯାଉନାହିଁ । ଯେଉଁମାନେ ଏଥିପାଇଁ ମୁହଁ ଖୋଲୁଛନ୍ତି ସେମାନଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି । ସେହିପରି ଇପିଏଫ୍‌ ପାଇଁ ସରକାର ଚିଠି ନଂ-୩୩୦୬୪ ତା ୨୨ା୧୧ା୧୦୧୬ରେ ସମ୍ମତି ପ୍ରଦାନ କରିଛନ୍ତି। ଏଥିପାଇଁ କଲେଜର ସମସ୍ତ ଅଧ୍ୟାପକ ଓ କର୍ମଚାରୀ ତାଙ୍କ ଦରମା ଓ ଇପିଏଫ୍‌ ୧୫ ପ୍ରତିଶତ ତୁରନ୍ତ ପାଇବାକୁ ଦାବି କରିଛନ୍ତି ।
ଏ ସମ୍ପର୍କରେ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଗିରିଜା ଶଙ୍କର ମହାପାତ୍ରଙ୍କୁ ପଚାରିବାରୁ ଇପିଏଫ୍‌ ଟଙ୍କା ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଆକାଉଣ୍ଟରେ ଅଛି । ଦରମା ପ୍ରଦାନରେ ସାମାନ୍ୟ ଅସୁବିଧା ହୋଇଛି । କେବଳ ସେପ୍ଟେମ୍ବର ଓ ଅକ୍ଟୋବର ମାସର ଦରମା ବକେୟା ରହିଛି ବୋଲି ସେ ସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri