ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ: ଅଧ୍ୟାପକ,କର୍ମଚାରୀ ଦରମା ପାଇ ନ ଥିବା ଅଭିଯୋଗ

ତେଲକୋଇ, ୨୭।୧୦(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଧୀନରେ ଥିବା ସିରିଗିଡା ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ଓ କର୍ମଚାରୀମାନେ ଗତ ଜୁଲାଇ ମାସରୁ ଦରମା ପାଇନାହାନ୍ତି । ସେହିପରି ଇପିଏଫ୍‌ ପାଇଁ ୧୫ପ୍ରତିଶତ ଅଂଶ ଧନ ଦିଆ ନ ଯିବାକୁ ନେଇ ବିବାଦ ସୃଷ୍ଟି ହୋଇଛି । ଏହାକୁ ସମୂହ କର୍ମଚାରୀ ଉଚ୍ଚ ଶିକ୍ଷା ବିଭାଗ ଡାଇରେକ୍ଟର(ଭୁବନେଶ୍ୱର)ସମେତ କମିଶନର କମ୍‌ ସେକ୍ରେଟାରୀ ସ୍କୁଲ ଏବଂ ମାସ ଏଜୁକେଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ, ଶିକ୍ଷା ମନ୍ତ୍ରୀ ଏବଂ ଦକ୍ଷତା ବିକାଶ ମନ୍ତ୍ରୀଙ୍କୁ ଜଣାଇଛନ୍ତି ।
ଅଭିଯୋଗ ଅନୁଯାୟୀ, ଗତ ଜୁଲାଇ ମାସରୁ ସଂପୃକ୍ତ କର୍ମଚାରୀମାନେ ଦରମା ପାଇନାହାନ୍ତି । କର୍ମଚାରୀଙ୍କ ୧୫ପ୍ରତିଶତ ଇପିଏଫ୍‌ ଟଙ୍କା ଅଧ୍ୟକ୍ଷଙ୍କ ଆକାଉଣ୍ଟକୁ ଆସିଥିଲେ ହେଁ ପ୍ରଦାନ କରାଯାଇନାହିଁ । ସେହିପରି କଲେଜର କର୍ମଚାରୀଙ୍କ ଦରମା ଆକ୍ରୋଶମୂଳକ ଭାବେ ନଭେମ୍ବର ୨୦୧୭ରୁ ଦିଆଯାଉନାହିଁ । ଯେଉଁମାନେ ଏଥିପାଇଁ ମୁହଁ ଖୋଲୁଛନ୍ତି ସେମାନଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି । ସେହିପରି ଇପିଏଫ୍‌ ପାଇଁ ସରକାର ଚିଠି ନଂ-୩୩୦୬୪ ତା ୨୨ା୧୧ା୧୦୧୬ରେ ସମ୍ମତି ପ୍ରଦାନ କରିଛନ୍ତି। ଏଥିପାଇଁ କଲେଜର ସମସ୍ତ ଅଧ୍ୟାପକ ଓ କର୍ମଚାରୀ ତାଙ୍କ ଦରମା ଓ ଇପିଏଫ୍‌ ୧୫ ପ୍ରତିଶତ ତୁରନ୍ତ ପାଇବାକୁ ଦାବି କରିଛନ୍ତି ।
ଏ ସମ୍ପର୍କରେ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଗିରିଜା ଶଙ୍କର ମହାପାତ୍ରଙ୍କୁ ପଚାରିବାରୁ ଇପିଏଫ୍‌ ଟଙ୍କା ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଆକାଉଣ୍ଟରେ ଅଛି । ଦରମା ପ୍ରଦାନରେ ସାମାନ୍ୟ ଅସୁବିଧା ହୋଇଛି । କେବଳ ସେପ୍ଟେମ୍ବର ଓ ଅକ୍ଟୋବର ମାସର ଦରମା ବକେୟା ରହିଛି ବୋଲି ସେ ସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିବାଦର ପଦଧ୍ୱନି

ସିଜେପି- କକ୍‌ରୋଚ୍‌ ଜନତା ପାର୍ଟି। ନଁା ନ ଥିଲା କି ଗନ୍ଧ ନ ଥିଲା। ଏହା କୌଣସି ରାଜନୈତିକ ଦଳ ବି ନୁହେଁ। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଯୁବ…

ନୂତନ ଫାଣ୍ଡିଧିକାରୀଙ୍କ ଯୋଗଦାନ: ଆସୁ ଆସୁ ନେଲେ ବଡ଼ ପଦକ୍ଷେପ

ରିଷିଡା, ୭।୮ (ସୁଶାନ୍ତ ମଲ୍ଲିକ) : କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡିରେ ନୂତନ ଫାଣ୍ଡଧିକାରୀ ଭାବେ ମକରଧ୍ୱଜ ବିଷୋୟୀ ଯୋଗଦେଇଛନ୍ତି । ଏହା ପୂର୍ବରୁ ସେ ଜୁନାଗଡ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri