ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୧୭।୯(ଡି.ଏନ.ଏ.)
ଏକତା ପରିଷଦ କଳାହାଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ଏସ୍‌ଏନ୍‌ କନଫ୍ରେନ୍ସ ହଲ୍‌ଠାରେ ୨ ଦିନିଆ ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଶିବିରକୁ ବରିଷ୍ଠ ଗବେଶକ ଉମାଶଙ୍କର କର ଓ ଉକ୍‌ତା ପରିସଦ ରାଜ୍ୟ ଶାଖା ଆବାହକ ଭାରତ ଭୂଷଣ ଠାକୁର ଉଦ୍‌ଘାଟନ କରିଥିଲେ। ଏଥିରେ କଳାହାଣ୍ଡି, କନ୍ଧମାଳ, ରାୟଗଡା, ବଲାଙ୍ଗୀର ଓ ସୁନ୍ଦରଗଡ ଜିଲାରୁ ପ୍ରାୟ ୫୦ ଜଣ ଯୁବତୀଯୁବକ ଓ ଏକତା ପରିଷଦର ବରିଷ୍ଠ କର୍ମକର୍ତ୍ତାମାନେ ଯୋଗଦେଇଚନ୍ତି। ଏହି ଶିବିର ଦୁଇଦିନ ଧରି ଚାଲିବ। ଯୁବପିଢୀଙ୍କ ଭିତରେ ନେତୃତ୍ୱର ବିକାଶ, ଆମତ୍ନିର୍ଭରଶିଳତା, ସମାଜର ବିକାଶ ଧାରାରେ ସେମାନଙ୍କ ଭୂମିକା କିପରି ରହିବା ଆବଶ୍ୟକ ସେ ଉପରେ ତାଲିମ୍‌ ଦିଆଯାଉଛି। ସେହିପରି ଦ୍ୱିତୀୟ ଦିବସରେ ପ୍ରାତଃ ୬ଟାରେ ଶିବିରାର୍ଥୀମାନଙ୍କ ଦ୍ୱାରା ବେହେରାଗୁଡା ଗ୍ରାମରେ ଶ୍ରମଦାନ କାର୍ଯ୍ୟକ୍ରମ କରାଯିବ। ଏକତା ପରିଷଦ କଳାହାଣ୍ଡି ସଂଯୋଜକ ସରୋଜ ବାଗ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସାଥି କାହ୍ନୁ ଭାଇ, ଆଲମ୍‌ ଏକ୍କା, ବିବିନିକା ପ୍ରଧାନ, ମମତା ପାଣିଗ୍ରାହୀ ଓ ଦିଲୀପ ଭୋଇ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri