Posted inରାଜ୍ୟ

ଆଟାଚି ଧରି ଘୂରି ବୁଲୁଛନ୍ତି ଅଜଣା ବ୍ୟକ୍ତି: ପୋଲିସ ପକ୍ଷରୁ ଯାଞ୍ଚ ନ ହେବାରୁ ଅସନ୍ତୋଷ

ନିରାକାରପୁର,୨୫ା୭(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଷ୍ଟେଶନ ଅଞ୍ଚଳରେ ଦୀର୍ଘ ୪ ମାସ ହେବ ଜଣେ ଅଜଣା ବ୍ୟକ୍ତି ଆଟାଚି ଓ ପାଣି ବୋତଲ ଧରି ଘୂରି ବୁଲୁଥିବା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହେଉଛି। ସେ ପ୍ରାୟ ସମୟରେ ଷ୍ଟେଶନ ବାହାରେ ୧୦୦ ମିଟର ମଧ୍ୟରେ ଏକୁଟିଆ ବସୁଛନ୍ତି କିମ୍ବା ବୁଲୁଛନ୍ତି। ତେବେ କାହା ସାଙ୍ଗରେ କଥାବାର୍ତ୍ତା ହେଉ ନାହାନ୍ତି। କେହି ତାଙ୍କୁ କିଛି ପଚାରିଲେ ମଧ୍ୟ ଉତ୍ତର ଦେଉନାହାନ୍ତି। ବ୍ୟକ୍ତି ଜଣକ କୌଣସି ଲୋକ ଦେଖିବା ଭଳି ତାଙ୍କ ଆଟାଚି ଖୋଲୁ ନାହାନ୍ତି କିମ୍ବା କୌଣସି ଲୋକଙ୍କଠାରୁ ଭିକ୍ଷା ନ ମାଗି ନିଜ ହାତରୁ ଖର୍ଚ୍ଚ କରୁଛନ୍ତି। ସେ କିଏ, କେଉଁଠୁ ଟଙ୍କା ଆଣୁଛନ୍ତି ଏବଂ କଣ ପାଇଁ ଏ ଅଞ୍ଚଳରେ ଘୂରି ବୁଲୁଛନ୍ତି ସେ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସନ୍ଦେହ ଓ ଆଶଙ୍କା ଖେଳିଯାଇଛି। ଏନେଇ ସ୍ଥାନୀୟ ପୋଲିସ ନିକଟରେ ଅଭିଯୋଗ ହୋଇଥିବାବେଳେ କୌଣସି ପଦକ୍ଷେପ ଗ୍ରହଣ ହେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି । ପୋଲିସ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଗଲେ ସନ୍ଦେହଜନକ ଭାବେ ଘୂରି ବୁଲୁଥିବା ଏହି ଅଜଣା ବ୍ୟକ୍ତିଙ୍କ ବିଷୟରେ ଅନେକ ତଥ୍ୟ ମିଳିପାରନ୍ତା ବୋଲି ଲୋକେ କହୁଛନ୍ତି। ଏ ନେଇ ନିରାକାରପୁର ଥାନା ଏଏସ୍‌ଆଇ ଶରତ ପାଇକରାୟଙ୍କୁ ପଚାରିବାରୁ ବାବଦରେ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?