ଆଠମଲ୍ଲିକରେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ: ଅଙ୍ଗନଓ୍ବାଡି, ଆହାର କେନ୍ଦ୍ର ଖାଦ୍ୟ ମାନ ପରଖିଲେ

ଆଠମଲ୍ଲିକ,୧।୯(ଡି.ଏନ.ଏ.) – ଅନୁଗୋଳ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ ଚମ୍ପତିରାୟ ଶନିବାର ଆଠମଲ୍ଲିକ ସଦର ମହକୁମା ସମେତ ଆଠମଲ୍ଲିକ ବ୍ଲକକୁ ଯାଇ ବିଭିନ୍ନ ସରକାରୀ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିଛନ୍ତି। ପ୍ରଥମେ ଚମ୍ପତିରାୟ ସ୍ଥାନୀୟ ଲିପ୍ତିଙ୍ଗା ଅଙ୍ଗନୱାଡି କେନ୍ଦ୍ରକୁ ଯାଇ ବିଭିନ୍ନ ଯୋଜନା ସମ୍ପର୍କରେ ସମୀକ୍ଷା କରିଥିଲେ। ଏହାପରେ ସେ ଆଠମଲ୍ଲିକ ଧର୍ମଶାଳାରେ ଚାଲିଥିବା ଆହାର କେନ୍ଦ୍ରରେ ପହଞ୍ଚି ଡାଲିର ମାନ ନୀରିକ୍ଷଣ କରିଥିଲେ। ଏହି ଡାଲି ନିମ୍ନମାନର ବୋଲି ଜଣାପଡିବା ପରେ ଅସନ୍ତୋଷ ଜାହିର କହିଥିଲେ। ଏହାପରେ ସେ ଆଠମଲ୍ଲିକ ସହର ଅନ୍ତର୍ଗତ ହରିଡାନାଳୀ ଛତୁଆ କେନ୍ଦ୍ର ପରିଦର୍ଶନ କରିଥିଲେ। ତେବେ ଛତୁଆ ମଧ୍ୟରେ ବୁଟ ପରିମାଣ କମ୍‌ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେହିପରି ସ୍ଥାନୀୟ ଡାକ୍ତରଖାନା ପହଞ୍ଚି ରୋଗୀଙ୍କ ସହିତ ଆଲୋଚନା କରିଥିଲେ। ପ୍ରତିଦିନ ସକାଳ ଓ ସାରେ ୫୦ ଟି ମିଲ୍‌ ରୋଗୀଙ୍କୁ ଆହାର କେନ୍ଦ୍ରରୁ ଯୋଗାଇ ଦିଆଯିବ ବୋଲି କହିଥିଲେ। ଶେଷରେ ଚମ୍ପତିରାୟ ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟି ତୁରନ୍ତ ଗୃହ ନିର୍ମାଣ କରିବା ସହିତ ଏ ନେଇ କାହାକୁ ଟଙ୍କାଟିଏ ନ ଦେବାକୁ ପରାମର୍ଶ ଦେଇଥିଲେ। ଏହି ଗସ୍ତ ସମୟରେ ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ, ସିଡିପିଓ ତରଙ୍ଗିଣୀ ମିର୍ଦ୍ଧା, ଅନ୍ୟାନ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri