ଆଠମଲ୍ଲିକ ସହର, ୩ ପଞ୍ଚାୟତରେ ବନ୍ୟା

ଆଠମଲ୍ଲିକ,୧୫ା୮(ଡି.ଏନ.ଏ.) ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଅନୁଗୋଳ ଜିଲାର ଆଠମଲ୍ଲିକ ସହର ସମେତ ବ୍ଲକରେ ବୁଧବାର ବନ୍ୟା ଜଳ ପ୍ରବେଶ କରିଛି। ଏଥିଯୋଗୁ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିବା ବେଳେ ତିନୋଟି ପଞ୍ଚାୟତ ଓ ଗୋଟିଏ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ବୁଧବାର ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଓ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।
ଆଠମଲ୍ଲିକ ଏନଏସି ସମେତ ବ୍ଲକର କିଆକଟା, ବାସୁଦେବପୁର, ଲୁଣହାଣ୍ଡି, କନ୍ଧପଡା, କମ୍ପଲା, କୁଦଗାଁ, ପୁରୁଣାମାଣତ୍ରୀ, ନଅଗାଁ, ଅଏଡା, ଜାମୁଡୋଲି, ଲୁହାସିଙ୍ଗା ଆଦି ପଞ୍ଚାୟତର ୪୦୦ ହେକ୍ଟରରୁ ଊର୍ଦ୍ଧ୍ୱ ଚାଷ ଜମି ଜଳମଗ୍ନ ହୋଇଛି। ଏହାଛଡା ଆଠମଲ୍ଲିକ ବିନିକେୟୀ ରାସ୍ତାର କଣ୍ଟିଆଣି ଓ ଚଣାଗଡି ନାଳ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେବା ଫଳରେ ଲୁହାସିଙ୍ଗା, ଜାମୁଡୋଲି ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି। ଅଏଡା ପଞ୍ଚାୟତର ଓଳଥ ଗ୍ରାମ, କୁଦଗାଁ ପଞ୍ଚାୟତର କୁଦଗାଁ ବିଛିନ୍ନ ହୋଇଛି। ଆଠମଲ୍ଲିକ-ମାଧପୁର ରାସ୍ତାରେ ଥିବା ପ୍ରଶିଦ୍ଧ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ଦେଉଳଝରୀ ମନ୍ଦିର ପରିସରରେ ବନ୍ୟାଜଳ ପ୍ରବେଶ କରିଥିବା ଜଣାପଡିଛି। କୁଦଗାଁ ଗ୍ରାମବାସୀ ଜଳବନ୍ଦୀ ଥିବାରୁ ୪୦୦ ଲୋକଙ୍କ ପାଇଁ ଚୁଡା, ଗୁଡ, ବିସ୍କୁଟ, ପିଇବା ପାଣି ବ୍ୟବସ୍ଥା କରାଯାଇଛି। ସେହିଭଳି ଚଣାଗଡି ନାଳ ଓ ଓଳଥରେ ବେସରକାରୀ ଡଙ୍ଗା, ଅଗ୍ନିଶମ ବିଭାଗ ଯନ୍ତ୍ର ଚାଳିତ ବୋଟ୍‌ର ବ୍ୟବସ୍ଥା କରାଯାଇଛି। ବିଧାୟକ ସାଏ ହେଲେଇ, କୁଦଗାଁର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri