Posted inଖେଳ

ଆଣ୍ଟୋନି, ମେହେରଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୬।୬(କ୍ରୀଡ଼ା ପ୍ରତିନିଧି)-
ହିରୋ ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ର ୭ମ ସଂସ୍କରଣ ପୂର୍ବରୁ ଦୁଇ ଯୁବ ଡିଫେଣ୍ଡର ହେଣ୍ଡ୍ରି ଆଣ୍ଟୋନି ଓ ସୌରଭ ମେହେରଙ୍କ ସହ ଚୁକ୍ତି କରିଛି ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସି। ଗତ ଆଇ-ଲିଗ୍‌ ସିଜନରେ ଉଭୟ ଆଣ୍ଟୋନି ଓ ମେହେର ଇଣ୍ଡିଆନ ଆରୋଜ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। କ୍ୟାରିୟର ପ୍ରାରମ୍ଭରେ ସେମାନେ ଚେନ୍ନାଇନ୍‌ ଏଫସି ଦଳର ମଧ୍ୟ ସଦସ୍ୟ ଥିଲେ। ୨୦ ବର୍ଷୀୟ ରାଇଟ୍‌-ବ୍ୟାକ୍‌ ଆଣ୍ଟୋନି ୨୦୧୭ ଫିଫା ୧୭ ବର୍ଷରୁ କମ୍‌ ବିଶ୍ୱକପରେ ଭାରତ ପକ୍ଷରୁ ଖେଳିଥିଲେ। ସେହିପରି ସେଣ୍ଟର ବ୍ୟାକ୍‌ ମେହେରା ମଧ୍ୟ ଭାରତ ବିପକ୍ଷରୁ ଏଜ୍‌-ଗ୍ରୁପ ପ୍ରତିଯୋଗିତା ଗୁଡ଼ିକରେ ଖେଳିଥିଲେ। ଉଭୟ ଖେଳାଳିଙ୍କୁ ଓଡ଼ିଶା ଏଫସିକୁ ସ୍ବାଗତ କରିଛନ୍ତି ଓଏଫସି କ୍ଲବ ସଭାପତି ରୋହନ ଶର୍ମା। ଆଣ୍ଟୋନି କହିଛନ୍ତି ଯେ, ମୋତେ ନେବାପାଇଁ ଆଉ କେତେକ କ୍ଲବ ଆଗ୍ରହ ପ୍ରକାଶ କରିଥିଲେ। ମାତ୍ର ଓଡ଼ିଶା ଏଫସି ଯୁବ ଖେଳାଳିଙ୍କୁ ପ୍ରାଧାନ୍ୟ ଦେଉଥିବାରୁ ମୁଁ ଏହାସହ ଚୁକ୍ତିବଦ୍ଧ ହେବାକୁ ନିଷ୍ପତ୍ତି ନେଲି। ମୁଁ ଶିଘ୍ର କ୍ଲବର ଅନ୍ୟ ସଦସ୍ୟଙ୍କୁ ଭେଟିବାକୁ ବ୍ୟଗ୍ର ଏବଂ ଆଗାମୀ ଆଇଏସଏଲ ସିଜନରେ ପ୍ରଦର୍ଶନର ଛାପ ଛାଡ଼ିବାକୁ ପ୍ରତିଶ୍ରୁତିବଦ୍ଧ“। ସେହିପରି ”ଓଡ଼ିଶା ଏଫସିରୁ ଆଗାମୀ ସିଜନରେ ଆଇଏସଏଲ ଖେଳିବାକୁ ଯାଉଥିବାରୁ ମୁଁ ବହୁତ ଖୁସି। ଓଡ଼ିଶା ଏଫସିକୁ ଭୁବନେଶ୍ୱରରେ ବହୁତ ସମର୍ଥନ ମିଳିଥାଏ। ସେଠାରେ ଖେଳିବାକୁ ମୁଁ ଆଗ୍ରହର ସହ ଅପେକ୍ଷା କରିଛି“ ବୋଲି ମେହେର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

“ଦୋସା ଇଡ୍‌ଲି ସାମ୍ବର ଚଟଣି” ଗୀତକୁ ନେଇ CSK-RCB ମଧ୍ୟରେ ବିବାଦ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: : ଚଳିତ IPL ୨୦୨୬ ସିଜିନ ସମୟରେ ଚେନ୍ନାଇ ସୁପର କିଙ୍ଗସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ନୂତନ ବିବାଦ ଦେଖାଦେଇଛି। ଚେନ୍ନାଇ…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

ପଡ଼ିଆ ମଝିରେ ହାର୍ଦ୍ଦିକ ପାଣ୍ଡ୍ୟା- ବୁମ୍‌ରାଙ୍କ ମଧ୍ୟରେ ହେଲା ଭୟଙ୍କର ଝଗଡ଼ା! କାରଣ ଜାଣିଲେ…

ନୂଆଦିଲ୍ଲୀ,୧୭।୪: IPL ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏପର୍ଯ୍ୟନ୍ତ କିଛି ଭଲ ଚାଲିନାହିଁ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଦଳ ଲଗାତାର ଚାରୋଟି ମ୍ୟାଚ ହାରିଛି। ବିଶ୍ୱର ସବୁଠାରୁ…

ମୁମ୍ୱାଇକୁ ହରାଇଲା ପଞ୍ଜାବ

ମୁମ୍ୱାଇ,୧୬ା୪: ପ୍ରଭସିମରନ ସିଂ ଓ ଅଧିନାୟକ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ…

ଡି’ କକ୍‌ଙ୍କ ଅପରାଜିତ ଶତକ

ମୁମ୍ୱାଇ,୧୬ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ପରସ୍ପରକୁ ଭେଟିଛନ୍ତି। କ୍ୱିଣ୍ଟନ ଡି’ କକ୍‌ଙ୍କ ଅପରାଜିତ ଶତକ…

ଫିଫା ମୁଖ୍ୟଙ୍କ ବଡ଼ ସୂଚନା: ବିଶ୍ୱକପ୍‌ ଖେଳିବ ଇରାନ୍‌

ପ୍ୟାରିସ୍‌,୧୬ା୪: ଆସନ୍ତା ଜୁନ ୧୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ରେ ଇରାନ୍‌ ଖେଳିବ। ଏ ନେଇ ଫିଫା ମୁଖ୍ୟ ଜିଆନି ଇନ୍‌ଫାଣ୍ଟିନୋ ଗୁରୁବାର ସ୍ପଷ୍ଟ…

IPL 2026 ମଧ୍ୟରେ KKR ଅଧିନାୟକ ପଦରୁ ଇସ୍ତଫା ଦେଲେ ଅଜିଙ୍କ୍ୟ ରାହାଣେ, ହଠାତ ଦେଲେ ଇସ୍ତଫା, ଜାଣନ୍ତୁ ସତ୍ୟତା

ନୂଆଦିଲ୍ଲୀ,୧୬।୪: କୋଲକାତା ନାଇଟ ରାଇଡର୍ସର ଅଧିନାୟକ ପଦରୁ ଅଜିଙ୍କ୍ୟ ରାହାଣେ ଇସ୍ତଫା ଦେଇଛନ୍ତି। ୨୦୨୬ ଆଇପିଏଲରେ କୋଲକାତା ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାହାଣେ ଅଧିନାୟକ ପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri