ଆଣ୍ଠୁଗଣ୍ଠି ଯନ୍ତ୍ରଣା ହେଉଥିଲେ …

ଭାରତରେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍‌ ରୋଗକୁ ମଧ୍ୟ କିଛି ମାତ୍ରାରେ ହ୍ରାସ କରିବାର ଗୁଣ ବହନ କରିଛି। ହଳଦୀରେ ଜଳ, ପ୍ରୋଟିନ୍‌, ଖଣିଜପଦାର୍ଥ, ଫାଇବର୍‌, ମାଙ୍ଗାନିଜ୍‌, ପୋଟାସିୟମ୍‌, କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ୍‌, ଫସ୍‌ଫରସ୍‌, ଆଇରନ୍‌, ଓମେଗା ୩ ଏବଂ ଓମେଗା ୬ ଫାଟି ଏସିଡ୍‌, ଭିଟାମିନ୍‌ ଏ, ଭିଟାମିନ୍‌ ବି, ଭିଟାମିନ୍‌ ସି ଭଳି ତତ୍ତ୍ୱ ତଥା କ୍ୟାଲୋରୀ ଭରପୂର୍‌ ରହିଛି। ହଳଦୀରେ ଥିବା କରକୁମିନ୍‌ କ୍ୟାନସର ଚିକିତ୍ସାରେ ବେଶ୍‌ ସହାୟ ହୋଇଥାଏ। ଆୟୁର୍ବେଦରେ ହଳଦୀକୁ ଏକ ମହତ୍ତ୍ୱପୂର୍ଣ୍ଣ ଔଷଧ ରୂପେ ବିବେଚିତ କରାଯାଇଛି। ବିଭିନ୍ନ ଗବେଷଣାରୁ ମଧ୍ୟ ପ୍ରମାଣିତ ହୋଇଛି କ୍ୟାନସର୍‌ ଚିକିତ୍ସା କ୍ଷେତ୍ରରେ ଏହା ଲାଭପ୍ରଦାନ କରିଥାଏ। ଏଥିରେ ପ୍ରଭାବଶାଳୀ ଉପଚାର ଶକ୍ତି ରହିବା ସହ ସ୍ବାସ୍ଥ୍ୟ ପାଇଁ ଏହା ସମ୍ପୂର୍ଣ୍ଣ ସୁରକ୍ଷିତ। କୌଣସି ପ୍ରକାର ସ୍ବାସ୍ଥ୍ୟ ପାର୍ଶ୍ୱପ୍ରତିକ୍ରିୟା ଏଥିରେ ନ ଥାଏ। ଏହା ସବୁଠୁ ଉତ୍ତମ ଆଣ୍ଟିଅକ୍ସିଡାଣ୍ଟ୍‌ ଯାହା କ୍ୟାନସର୍‌ ନିୟନ୍ତ୍ରଣରେ ସାହାଯ୍ୟ କରିଥାଏ। ହଳଦୀ କ୍ୟାନସର୍‌ ଜୀବାଣୁର ସଂକ୍ରମଣ ମାତ୍ରା କମ୍‌ କରିବାରେ ସାହାଯ୍ୟ କରେ। ହଳଦୀ ଆପଣ ପେଟ ପାଇଁ ଲାଭକାରୀ ଅଟେ। ଏହା ପିତ୍ତକୋଷରୁ ପିତ୍ତ ରସ ଉତ୍ପନ୍ନ କରି ଶକ୍ତି ପ୍ରଦାନ କରିଥାଏ। ପିତ୍ତରସ ଖାଦ୍ୟକୁ ହଜମ କରିବାରେ ସହାୟକ ହୋଇଥାଏ। ଏହା ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ। ହଳଦୀରେ ଆଣ୍ଟି-ଇଫ୍ଲେମେଟ୍ରି ଗୁଣ ରହିଛି। ଏହା ଶରୀରକୁ ଅନେକ ସଂକ୍ରାମକ ରୋଗ ଠାରୁ ରକ୍ଷା କରିଥାଏ। ଆଣ୍ଠୁଗଣ୍ଠି ବିନ୍ଧା ହେଉଥିବା ବ୍ୟକ୍ତିମାନେ ଉଷୁମ ପାଣିରେ ହଳଦୀ ମିଶାଇ ନିୟମିତ ପିଇବା ଉଚିତ। ଏପରି କରିବା ଦ୍ବାରା ବିନ୍ଧାରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri