ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ ୧୦ଟାପରେ ଲୋକେ ବାହାରକୁ ବାହାରିବା ପାଇଁ ବି ଡରୁଛନ୍ତି। ଏପରିସ୍ଥିତିରେ ଶନିବାର ଆଣ୍ଡାମାନକୁ ଛୁଇଁଛି ମୌସୁମୀ ବାୟୁ। ମୌସୁମୀ ପହଞ୍ଚତ୍ବା ପରେ ସେଠାରେ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୨ରୁ ୩ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଆଣ୍ଡାମାନରେ ଏହାର ପ୍ରଭାବ ଅନୁଭୂତ ହେବ ଓ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିିଜ୍ଞାନ କେନ୍ଦ୍ରର ଡ୍ୟୁଟି ଅଫିସର ସୁଦର୍ଶନ ମିଶ୍ର ସୂଚନା ଦେଇଛନ୍ତି। ତେବେ ଜୁନ୍‌ ଦ୍ୱିତୀୟରୁ ତୃତୀୟ ସପ୍ତାହ ମଧ୍ୟରେ ମୌସୁମୀ ଓଡ଼ିଶା ଆସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ସେପର୍ଯ୍ୟନ୍ତ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ବିଶେଷଜ୍ଞମାନେ ଚିନ୍ତାବ୍ୟକ୍ତ କରିଛନ୍ତି। ବିଶେଷକରି ଆଗକୁ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଓଡ଼ିଶାରେ ୩ଦିନ ଧରି ହିଟ୍‌ ୱେଭ୍‌ ଜାରି ରହିବ। ଉପକୂଳ ଜିଲାରେ ସାଧାରଣଠାରୁ ୧ ଡିଗ୍ରୀ ଅଧିକ ତାପମାତ୍ରା ରହିବ। ଏପରିକି ୨୪ ଓ ୨୫ତାରିଖ ବେଳକୁ ସର୍ବୋଚ୍ଚ ତାପମାତ୍ରା ୪୭ ଡିଗ୍ରୀରେ ପହଞ୍ଚତ୍ବ। କେତେକ ସ୍ଥାନରେ ପାରଦ ୪୮ ଡିଗ୍ରୀ ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏବେ ଅସହ୍ୟ ତାତିରେ ଓଡ଼ିଶା ସିଝୁଛି। ବିଶେଷକରି ପଶ୍ଚିମ ଓଡ଼ିଶାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଶୁକ୍ରବାର ଅପେକ୍ଷା ଶନିବାର ଅଧିକାଂଶ ଜିଲାରେ ପାରଦ ବୃଦ୍ଧି ପାଇଛି। ଶନିବାର ରାଜ୍ୟର ୧୫ ଜିଲାରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ଟିଟିଲାଗଡ଼ ୪୫.୮ ଡିଗ୍ରୀ ତାପମାତ୍ରାରେ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବାବେଳେ ବଲାଙ୍ଗୀର ୪୫.୫, ସମ୍ବଲପୁର ୪୪.୬, ସୋନପୁର ୪୪.୨, ହୀରାକୁଦ ୪୪.୧, ଝାରସୁଗୁଡ଼ା ୪୩.୬, ତାଳଚେର ୪୩.୨, ଭବାନିପାଟଣା ୪୨.୮, ଅନୁଗୋଳ ୪୨.୭, ସୁନ୍ଦରଗଡ଼ ୪୨ ଓ ମାଲକାନଗିରି ୪୨, ଫୁଲବାଣୀ ୪୧.୮, ଚାନ୍ଦବାଲି ୪୦.୫, ଭୁବନେଶ୍ୱର ୪୦.୨, କଟକର ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ସନ୍ଧ୍ୟାରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ହୋଇଥିବା ସୂଚନା ମିଳିଛି।
ଅନ୍ୟପକ୍ଷରେ ରାଜ୍ୟରେ ଅଂଶୁଘାତ ବିପଦ ବଢ଼ି ଚାଲିଛି। ଶନିବାର ଅଂଶୁଘାତରେ ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ଧାରୁଆ ଗ୍ରାମର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେ ହେଲେ ପର୍ଶୁରାମ ମାନସିଂ (୬୫)। ଏ ନେଇ ପରିବାର ପକ୍ଷରୁ ରଣପୁର ଥାନାରେ ଅଭିଯୋଗ ପରେ ପୋଲିସ ୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ରଣପୁର ସରକାରୀ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପର୍ଶୁରାମ ସକାଳ ୭ଟାରେ ଗ୍ରାମଠାରୁ କିଛି ଦୂରରେ ଥିବା ତାଙ୍କ ଜମି ବୁଲିବାକୁ ଯାଇଥିଲେ। ସେଠାରେ ଥିବା ପୋଖରୀରେ ଗାଧୋଇ ସେ ଘରକୁ ଫେରିବାର ଥିଲା। ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପୁଅ ଆଲୋକ ଖୋଜାଖୋଜି କରି ବାପା ପର୍ଶୁରାମ ନିଜ ଜମିର ହିଡ଼ ଉପରେ ପଡ଼ିଥିବା ଦେଖିଥିଲେ। ତୁରନ୍ତ ସେ ତାଙ୍କୁ ଉଦ୍ଧାର କରି ରଣପୁର ସରକାରୀ ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ନୟାଗଡ଼ ଜିଲାରେ ଏହା ପ୍ରଥମ ଅଂଶୁଘାତ ମୃତ୍ୟୁ ବୋଲି କୁହାଯାଉଛି। ଅନୁରୂପ ଭାବେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ରାଇପାଳ ଗ୍ରାମର ଅର୍ଜୁନ ବିଶ୍ୱାଳ (୬୫) ଅଂଶୁଘାତରେ ପ୍ରାଣ ହରାଇଛନ୍ତି। ସେହିପରି କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ୍‌ ଜାଗୁଗୁଡ଼ା ଗ୍ରାମର ମଣ୍ଡ ଟୁଣୁକାଙ୍କ ଗୁରୁବାର ଅଂଶୁଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri