ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ କରୁ ପାକ୍‌

ଜେନେଭା,୨୯ା୨(ପି.ଟି.): ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାକିସ୍ତାନ ପାଣ୍ଠି ଯୋଗାଣ ବନ୍ଦ କରୁ। ଏଥିସହିତ ସେଠାରୁ କାର୍ଯ୍ୟ କରୁଥିବା ଆତଙ୍କବାଦୀ ଶିବିରଗୁଡ଼ିକୁ ଧ୍ୱଂସ କରିବା ପାଇଁ ଜାତିସଂଘରେ ପାକିସ୍ତାନର ଶୀର୍ଷ ନେତୃତ୍ୱକୁ ଭାରତ ପରାମର୍ଶ ଦେଇଛି। ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାରେ ବିଫଳ ହୋଇଥିବା ଇସ୍‌ଲାମାବାଦକୁ ଗତ ସପ୍ତାହରେ ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌) ଧୂସର ତାଲିକାରେ ରଖିବା ସହ ୪ ମାସ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଥିଲା।
ଜାତିସଂଘ ମାନବାଧିକାର ପରିଷଦର ୪୩ତମ ଅଧିବେଶନରେ ଉଦ୍‌ବୋଧନ ଦେଇ ପାକିସ୍ତାନ କହିଥିଲା ଜମ୍ମୁ-କଶ୍ମୀରରେ ମାନବାଧିକାର ଉଲ୍ଲଂଘନ ହେଉଛି। ଉତ୍ତର ରଖିବା ଅଧିକାର ବଳରେ ଭାରତର ସ୍ଥାୟୀ ମିଶନର ପ୍ରଥମ ସଚିବ ବିମର୍ଶ ଆର୍ଯ୍ୟନ୍‌ ଉପରୋକ୍ତ ମତ ରଖିଛନ୍ତି। ଭାରତକୁ ନିନ୍ଦିତ କରିବା ଲାଗି ପାକିସ୍ତାନ ସମସ୍ତ ଅନ୍ତର୍ଜାତୀୟ ଫୋରମରେ ଉତ୍ତେଜନାପୂର୍ଣ୍ଣ ବିବୃତି ରଖୁଛି। ଏଭଳି ମନ୍ତବ୍ୟ ରଖି ଅନ୍ତର୍ଜାତୀୟ ସମୁଦାୟକୁ ବିଭ୍ରାନ୍ତ କରାଯାଇପାରିବ ନାହିଁ ବୋଲି ଆର୍ଯ୍ୟନ୍‌ କହିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାକିସ୍ତାନର ସମର୍ଥନ ମାଧ୍ୟମରେ ଜମ୍ମୁ-କଶ୍ମୀରର ବିକାଶ ପ୍ରକ୍ରିୟାରେ ବାଧା ସୃଷ୍ଟି କରିବା ଲାଗି ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଏହା ସତ୍ତ୍ୱେ ସେଠାରେ ଦ୍ରୁତଗତିରେ ସ୍ବାଭାବିକ ଅବସ୍ଥା ଫେରୁଥିବା ଆର୍ଯ୍ୟନ୍‌ କହିଛନ୍ତି। ପାକିସ୍ତାନକୁ ୧୦ ସୂତ୍ରୀ ପରାମର୍ଶ ତାଲିକା ଦେଇ ଭାରତୀୟ କୂଟନୀତିଜ୍ଞ କହିଛନ୍ତି, ଇସ୍‌ଲାମାବାଦ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ବନ୍ଦ କରିବା ସହ ସେଠାରେ ଥିବା ଆତଙ୍କବାଦୀ ସଂଗଠନଗୁଡିକୁ ଲଗାମ ଦେଉ। ଆତଙ୍କବାଦକୁ ସମର୍ଥନ ବନ୍ଦ କରିବା ଲାଗି ଭାରତ ଆହ୍ବାନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri