Posted inଜାତୀୟ

ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର ମଧୁଚନ୍ଦ୍ରିକା:୫୦ ସ୍ଥାନରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୧୩।୯(ପି.ଟି.):ଆତଙ୍କବାଦୀ-ଗ୍ୟାଙ୍ଗଷ୍ଟର ଏବଂ ନିଶାଦ୍ରବ୍ୟ ଚୋରାବେପାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଥିବା ସୂଚନା ମିଳିବା ପରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ସୋମବାର ଦିଲ୍ଲୀ ସମେତ ୪ ରାଜ୍ୟର ୫୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ କରିଛି। ପଞ୍ଜାବୀ ଗାୟକ ସିଦ୍ଧୁ ମୁସଓ୍ବୋଲାଙ୍କ ହତ୍ୟାକାରୀ ଗ୍ୟାଙ୍ଗଷ୍ଟର ମଧ୍ୟ ଏହି ଚଢ଼ାଉରେ ସାମିଲ ଅଛନ୍ତି। ନିରାଶ ହୋଇପଡ଼ିଥିବା ଅଧିକାଂଶ ଗ୍ୟାଙ୍ଗ ଲିଡରଙ୍କ ମଧ୍ୟରୁ କେତେଜଣ ଏବଂ ଭାରତ ଓ ବିଦେଶରେ ଥିବା ସେମାନଙ୍କ ସହଯୋଗୀ ଆତଙ୍କ ଓ ଆପରାଧିକ କାର୍ଯ୍ୟରେ ସମ୍ପୃକ୍ତ ଥିବା ଜଣାପଡ଼ିବା ପରେ ଏନ୍‌ଆଇଏ ଗତ ମାସ ୨୬ରେ ଏକ ମାମଲା ରୁଜୁ କରିଥିଲା। ଆତଙ୍କବାଦୀ, ଗ୍ୟାଙ୍ଗଷ୍ଟର, ନିଶାଦ୍ରବ୍ୟ ଚୋରାବେପାରୀ ଏବଂ ଚୋରାଚାଲାଣକାରୀଙ୍କ ମଧ୍ୟରେ ଚାଲିଥିବା ମିଲିଭଗତକୁ ଭାଙ୍ଗିବା ପାଇଁ ପଞ୍ଜାବ, ରାଜସ୍ଥାନ, ହରିୟାଣା ଏବଂ ଦିଲ୍ଲୀରେ ଚଢ଼ାଉ କରାଯାଇଛି। ସୋମବାର ସକାଳେ ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାର, ଲରେନ୍ସ ବିଷ୍ଣୋଇ, ଜଗ୍ଗୁ ଭଗଓ୍ବାନପୁରିଆ, ବରିନ୍ଦର ପ୍ରତାପ ଓରଫ କଳା ରାଣା, କଳା ଜାଠେଦି, ବିକ୍ରମ ବ୍ରାର, ଗୌରବ ପଟ୍ୟାଲ ଓରଫ ଲକି ପଟ୍ୟାଲଙ୍କ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିଲା। ଏହା ବ୍ୟତୀତ ଗ୍ୟାଙ୍ଗଷ୍ଟର ନୀରଜ ବାଓ୍ବାନା, କୌଶଲ ଚୌଧରୀ, ଟିଲୁ ତାଜପୁରିଆ, ଅମିତ୍‌ ଡାଗର, ଦୀପକ କୁମାର ଓରଫ ଟିନୁ, ସନ୍ଦିପ ଓରଫ ବନ୍ଦାର, ଉମେଶ ଓରଫ କାଲା, ଇର୍ଫାନ ଓରଫ ଚିନୁ ପହଲଓ୍ବାନ, ଅଶିମ ଓରଫ ହାଶିମ ବାବା, ସଚିନ ଭଞ୍ଜ ଏବଂ ସେମାନଙ୍କ ସହଯୋଗୀଙ୍କ ଘରେ ମଧ୍ୟ ଏନ୍‌ଆଇଏ ଚଢ଼ାଉ କରିଛି। ଚଢ଼ାଉ ବେଳେ ୬ଟି ପିସ୍ତଲ, ଗୋଟିଏ ରିଭଲଭର, ଗୋଟିଏ ଶଟ୍‌ଗନ୍‌ ଏବଂ ଗୁଳିଗୋଳା ଜବତ ହୋଇଛି। ଏଥିସହିତ ଡ୍ରଗ୍ସ, ଆପରାଧିକ ଦସ୍ତାବିଜ, ଡିଜିଟାଲ ଉପକରଣ, ବେନାମୀ ସମ୍ପତ୍ତିର ବିବରଣୀ, ଧମକପୂର୍ଣ୍ଣ ଚିଠି ଆଦି ମଧ୍ୟ ମିଳିଛି।
ଗତ କିଛିଦିନ ମଧ୍ୟରେ ବିଭିନ୍ନ ବ୍ୟବସାୟୀ ତଥା ଡାକ୍ତରଙ୍କ ଭଳି ପେସାଦାରଙ୍କ ନିକଟକୁ ଅପରାଧ ସିଣ୍ଡିକେଟ୍‌ ଏବଂ ଗ୍ୟାଙ୍ଗଷ୍ଟରଙ୍କଠାରୁ ବଟି ପାଇଁ ଫୋନ୍‌ କଲ୍‌ ଆସିବା ଏବଂ କେତେକ ସମ୍ବେଦନଶୀଳ ଅପରାଧ ଘଟଣା ପରେ ଏନ୍‌ଆଇଏ ପକ୍ଷରୁ ଏଭଳି ଚଢ଼ାଉ କରାଯାଇଛି। ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ଲାଗି ଗ୍ୟାଙ୍ଗଗୁଡ଼ିକ ଅପରାଧର ପ୍ରଚାରରେ ସାଇବର ସ୍ପେସ୍‌କୁ ବ୍ୟବହାର କରୁଥିବା ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri