ଆତଙ୍କବାଦୀ ଶିବିର ଧ୍ୱଂସ ଘଟଣା: ଭାରତର ଦାବିକୁ ପାକ୍‌ର ଖଣ୍ଡନ

ଇସ୍‌ଲାମାବାଦ,୨୨ା୧୦(ପି.ଟି.)- ପିଓକେରେ ପଶି ଭାରତ ୩ ଆତଙ୍କବାଦୀ ଶିବିର ଧ୍ୱଂସ କରିବା ସହ ଅନେକ ପାକ୍‌ ସୈନ୍ୟ ଓ ଆତଙ୍କବାଦୀଙ୍କୁ ମାରିଥିବା ଦାବି କରୁଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି। ଭାରତ ଚାହିଁଲେ ବିଦେଶୀ ମିଡିଆ ଓ କୂଟନୈତିଜ୍ଞଙ୍କୁ ଡ଼ାକି ଉକ୍ତ ଅଞ୍ଚଳର ପ୍ରମାଣ ଦେଇପାରିବ ବୋଲି କୁହାଯାଇଛି। ରବିବାର ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ପିଓକେରେ ୩ ଆତଙ୍କବାଦୀ ଶିବିର ଧ୍ୱଂସ କରାଯିବା ସହ ପ୍ରାୟ ୧୦ ପାକ୍‌ସୈନ୍ୟ ଓ ଆତଙ୍କବାଦୀଙ୍କୁ ନିପାତ କରିଥିବା କହିଥିଲେ। ଏହାକୁ ନେଇ ପାକ୍‌ ସେନା ମୁଖପାତ୍ର ମେଜର ଜେନେରାଲ ଆସିଫ୍‌ ଗଫୁର ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ସେଠାରେ କୌଣସି କ୍ୟାମ୍ପ ନ ଥିବା ସେ କହିଛନ୍ତି। ପୁଲଓ୍ବାମା ଆକ୍ରମଣ ପରେ ଭାରତୀୟ ସେନାର ବରିଷ୍ଠ ଅଧିକାରୀମାନେ ମିଛ ଦାବିକରି ଅଞ୍ଚଳରେ ଶାନ୍ତିଭଙ୍ଗ କରୁଛନ୍ତି। ଭାରତୀୟ ସେନାର ଏଭଳି କଥା ଘରୋଇ ଫାଇଦା ଲାଗି ହୋଇପାରିଥାଏ, କିନ୍ତୁ ଏଥିରେ କୌଣସି ସତ୍ୟତା ନାହିଁ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

୫୩ନଂ ରାଜ୍ୟ ରାଜପଥରେ ଗେଟିଏ ପରେ ଗେଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ…

୧୬ ବର୍ଷ ବୟସରେ ବିବାହ, ଶାଶୁଘରେ ଘରୋଇ ହିଂସାର ଶିକାର…ପୁଅଙ୍କ ମୃତ୍ୟୁ-ଝିଅଙ୍କ ଆତ୍ମହତ୍ୟା; ବେଶ ସଂଘର୍ଷମୟ ଥିଲା ଆଶାଙ୍କ ଜୀବନ

ମୁମ୍ବାଇ:ସଙ୍ଗୀତ ଜଗତର ଆଶା ଭୋସଲେ ୯୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେିଇଛନ୍ତି। ଶନିବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

୫ ବର୍ଷୀୟା ବାଳିକାଙ୍କୁ ବଳାତ୍କାର କରି ଅଖାରେ ପୂରାଇ ଦେଲେ ଧନେଶ୍ୱର: ଆଉ ତା’ପରେ…

ଦୁର୍ଗ,୧୨ା୪(ପି.ଟି.):ଛତିଶଗଡ଼ର ଦୁର୍ଗ ଜିଲାରେ ଜଣେ ୫ ବର୍ଷୀୟା ବାଳିକାଙ୍କୁ ଜଣେ ଅଭିଯୁକ୍ତ ଅପହରଣ କରିନେଇ ବଳାତ୍କାର କରିବା ପରେ ପୀଡ଼ିତାଙ୍କୁ ଅଖାରେ ଭର୍ତ୍ତିକରି ଏକ କୂଅ ନିକଟରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri