Posted inଜାତୀୟ

ଆତଙ୍କବାଦ ଚିନ୍ତାଧାରା ହଟାଇବା ପାଇଁ ହେବ ଉଦ୍ୟମ: ପାକିସ୍ତାନକୁ ଚେତାବନୀ ଦେଲେ ଡୋଭାଲ୍‌

ନୂଆଦିଲ୍ଲୀ,୧୪।୧୦: ଭାରତରେ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର ଜାରି ରହିଛି। ତେବେ ଏବେ ଏଭଳି ଚିନ୍ତାଧାରାକୁ ହଟାଇବା ପାଇଁ ଉଦ୍ୟମ କରାଯିବ। ପାକିସ୍ତାନ ଦେଶର ଶାସନ ବ୍ୟବସ୍ଥାରେ ଆତଙ୍କବାଦକୁ ଜଡ଼ିତ କରିଛି। ଏହାର ବିରୋଧରେ ପାକିସ୍ତାନ କୌଣସି ପଦକ୍ଷେପ ମଧ୍ୟ ଗ୍ରହଣ କରିବାକୁ ପଛାଉଛି। ତେବେ ଭାରତରେ ଏହା ବିରୋଧରେ କଡ଼ା ମୁକାବିଲା ଜାରି ରହିଛି । ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ୍‌ ଡୋଭାଲ ସୋମବାର ଏଭଳି ସୂଚନା ଦ୍ୱାରା ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଏନ୍‌ଆଇଏର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହା କହିଛନ୍ତି। ଗତ ୩୦ ବର୍ଷ ଧରି ପୃଥିବୀର ବହୁ ଦେଶରେ ଆତଙ୍କବାଦ ବିରୋଧରେ ଲଢ଼େଇ ଜାରି ରହିଛି। ଏହି ଲଢ଼େଇରେ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଉଛି। ସେହିପରି ଅସ୍ତ୍ରଶସ୍ତ୍ର, ପାଣ୍ଠି ଯୋଗାଣ ବନ୍ଦ ଆଦିକୁ ଗୁରୁତ୍ୱ ଦିଆଯାଉଛି। ତେବେ ଏଭଳି ଚିନ୍ତାଧାରାରେ ପରିବର୍ତ୍ତନ ଅଣାଯାଇ ପାରିଲେ ହିଁ ଆତଙ୍କବାଦ ଲୋପ ପାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?