Posted inଜାତୀୟ

ଆତଙ୍କବାଦ ନିରୋଧୀ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୨୫ା୭(ପି.ଟି.): ବିରୋଧୀ ଦଳ ସଦସ୍ୟମାନଙ୍କ ହୋହଲ୍ଲା ଓ କକ୍ଷତ୍ୟାଗ ମଧ୍ୟରେ ଆତଙ୍କବାଦ ନିରୋଧୀ (ସଂଶୋଧନ) ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଏହି ବିଲ୍‌ ଆଇନରେ ପରିଣତ ହେଲେ ଆତଙ୍କବାଦ ସହ ସମ୍ପୃକ୍ତି ସନ୍ଦେହରେ ଯେକୌଣସି ବ୍ୟକ୍ତିଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇପାରିବ। ଆତଙ୍କବାଦ ନିରୋଧୀ ଆଇନରେ ସଂଶୋଧନକୁ ସମର୍ଥନ କରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ କହିଥିଲେ, ଆତଙ୍କବାଦୀଙ୍କଠାରୁ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡିକୁ ଗୋଟିଏ ପାଦ ଆଗରେ ରଖିବା ଜରୁରୀ।
ଲୋକ ସଭାରେ ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ)ରେ ସଂଶୋଧନ ସମ୍ପର୍କିତ ଆଲୋଚନାରେ ଭାଗନେଇ ସ୍ବରାଷ୍ଟ୍ର ମନ୍ତ୍ରୀ କହିଥିଲେ, ଦେଶରୁ ଆତଙ୍କବାଦର ମୂଳୋତ୍ପାଟନ ଲାଗି ଏଭଳି ଆଇନର ଆବଶ୍ୟକତା ରହିଛି। ତେବେ ଉକ୍ତ ଆଇନର ଅପବ୍ୟବହାର କରାଯିବ ନାହିଁ ବୋଲି ସେ ଗୃହକୁ ପ୍ରତିଶ୍ରୁତି ଦେଇଥିଲେ। ବିଲ୍‌ ଉପରେ ଭୋଟଗ୍ରହଣ ପୂର୍ବରୁ କଂଗ୍ରେସ ଓ ଟିଏମ୍‌ସି ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ। ଏହା ଅତ୍ୟନ୍ତ ନିଷ୍ଠୁର ଏବଂ ବିପଜ୍ଜନକ ଆଇନ ବୋଲି ବିରୋଧୀ କହିଛନ୍ତି। ଫଳରେ ବିଲ୍‌ ସପକ୍ଷରେ ୨୮୭ ଭୋଟ ପଡିଥିବାବେଳେ ବିପକ୍ଷରେ ମାତ୍ର ୮ଟି ଭୋଟ ଯାଇଥିଲା। ଶାହ କହିଥିଲେ, ଆତଙ୍କବାଦ ସଙ୍ଗଠନରେ ନୁହେଁ ଲୋକମାନଙ୍କ ଚିନ୍ତାଧାରାରେ ରହିଛି। ସେଥିପାଇଁ ବ୍ୟକ୍ତିବିଶେଷଙ୍କୁ ଆତଙ୍କବାଦୀ ଘୋଷଣା କରିବା ବ୍ୟବସ୍ଥାର ଆବଶ୍ୟକତା ରହିଛି।
ତୃଣମୂଳ କଂଗ୍ରେସ ଏମ୍‌ପି ମହୁଆ ମୈତ୍ରଙ୍କ ସମେତ ଅଧିକାଂଶ ବିରୋଧୀ ଦଳ ନେତା ଆଇନରେ ସଂଶୋଧନକୁ ବିରୋଧ କରିବା ସହ ବ୍ୟକ୍ତିବିଶେଷଙ୍କୁ ଟାର୍ଗେଟ କରିବାରେ ଏହାର ଅପବ୍ୟବହାର କରାଯାଇପାରେ ବୋଲି ଆଶଙ୍କା ବ୍ୟକ୍ତ କରିଥିଲେ। ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହେଲେ ଦେଶର ସଂଘୀୟ ବ୍ୟବସ୍ଥା ପ୍ରଭାବିତ ହେବ ବୋଲି ମହୁଆ କହିବା ସହ ଏହାର ପ୍ରତ୍ୟାହାର ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?