ଆତଙ୍କବାଦ ବିରୋଧରେ ମିଳିତ କାର୍ଯ୍ୟାନୁଷ୍ଠାନ ଆହ୍ବାନ

କଲମ୍ବୋ,୧୦ା୬(ପି.ଟି.): ଦ୍ୱିରାଷ୍ଟ୍ରୀୟ ଗସ୍ତର ଦ୍ୱିତୀୟ ଚରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଲମ୍ବୋରେ ପହଞ୍ଚତ୍ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା ଓ ଅନ୍ୟ ଶୀର୍ଷ ନେତାମାନଙ୍କ ସହ ଆଲୋଚନା କରିଛନ୍ତି। ଆତଙ୍କବାଦ ଉଭୟ ଦେଶ ପାଇଁ ବିପଦ ବୋଲି ସେମାନେ ଏକମତ ହେବା ସହ ଏହା ବିରୋଧରେ ମିଳିତ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ଉପରେ ଜୋର ଦେଇଛନ୍ତି। ଗତ ଏପ୍ରିଲରେ ଇଷ୍ଟର ପାଳନ ବେଳେ ଶ୍ରୀଲଙ୍କାରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୫୦ ଜଣ ନିହତ ହୋଇଥିଲେ। ଏହାପରେ ପ୍ରଥମ ବିଦେଶୀ ନେତା ଭାବେ ପ୍ରଧାନମନ୍ତ୍ରୀ ମୋଦି ସେଠାକୁ ଯାଇ ଆକ୍ରମଣରେ କ୍ଷତିଗ୍ରସ୍ତ ଚର୍ଚ୍ଚ ପରିଦର୍ଶନ କରିବା ସହ ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଜଣେ ‘ମୁସଲମାନ ପ୍ରଭାକରନ’ ମୁଣ୍ଡ ଟେକୁଥିବା ରାଷ୍ଟ୍ରପତି ସିରିସେନା ସତର୍କ କରାଇଦେବା ସହ ଏହା ବିରୋଧରେ ସବୁ ସମ୍ପ୍ରଦାୟ ଏକାଠି ହେବାକୁ ଆହ୍ବାନ ଦେଇଥିଲେ। ସୂଚନାଯୋଗ୍ୟ, ଏଲ୍‌ଟିଟିଇର ପ୍ରତିଷ୍ଠାତା ଭେଲାପିଲାଇ ପ୍ରଭାକରନ୍‌ ଶ୍ରୀଲଙ୍କାରେ ହଜାର ହଜାର ଲୋକଙ୍କ ଜୀବନ ନେଇଥିଲା। ଦୀର୍ଘଦିନର ସାମରିକ କାର୍ଯ୍ୟାନୁଷ୍ଠାନ ପରେ ୨୦୦୯ରେ ପ୍ରଭାକରନ ନିହତ ହୋଇଥିଲା। ଯଦି ଆମେ ଏକାଠି ନ ହେବା ପୁଣି ଏକ ଯୁଦ୍ଧର ସମ୍ମୁଖୀନ ହେବାକୁ ପଡିବ ବୋଲି ସିରିସେନା କହିଛନ୍ତି।
କଲମ୍ବୋରେ ପହଞ୍ଚତ୍ବା ପରେ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୋଦି ରାଷ୍ଟ୍ରପତି ଭବନ ପରିସରରେ ଏକ ଅଶୋକ ଚାରା ରୋପଣ କରିଥିଲେ। ରାଷ୍ଟ୍ରପତି ସିରିସେନା ଓ ମୋଦିଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ସିରିସେନା ଏକ ଭୋଜିର ଆୟୋଜନ କରିବା ସହ ତାଙ୍କୁ ଧ୍ୟାନରତ ବୁଦ୍ଧ ପ୍ରତିମୂର୍ତ୍ତିର ଏକ ପ୍ରତିକୃତି ଉପହାର ଦେଇଥିଲେ।
ପ୍ରଧାନମନ୍ତ୍ରୀ କଲମ୍ବୋରେ ରହୁଥିବା ଭାରତୀୟମାନଙ୍କୁ ଉଦ୍‌ବୋଧନ ଦେବା ଅବସରରେ ସେମାନଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି। ଗତ ୫ ବର୍ଷ ମଧ୍ୟରେ ଭାରତର ଛବିରେ ଉଲ୍ଲେଖନୀୟ ପରିବର୍ତ୍ତନ ଘଟିଛି । ଏହା ପଛରେ ପ୍ରବାସୀ ଭାରତୀୟମାନଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର...

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା...

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର...

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ...

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri