ଆତ୍ମନିର୍ଭର ଭାରତ ପାଇଁ ୫-ଆଇ ଯୋଜନା, ଲୋକେ ପାଦେ ଆଗେଇଲେ ସରକାର ଆଗେଇବେ ୪ ପାଦ: ମୋଦି

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍‌ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ ଅଗ୍ରସର ହେବ। ଆତ୍ମନିର୍ଭର ଭାରତ ପାଇଁ ସରକାରଙ୍କ ପକ୍ଷରୁ ୫-ଆଇ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିରେ ଇଛାଶକ୍ତି, ଅନ୍ତର୍ଭୁକ୍ତିକରଣ, ନିବେଶ, ଭିତ୍ତିଭୂମି ଏବଂ ନବୀକରଣକୁ ସ୍ଥାନ ଦିଆଯାଇଛି। ଭାରତୀୟ ଶିଳ୍ପସଂଘର ବାର୍ଷିକ ସମ୍ମିଳନୀରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଦେଶର ସ୍ବାଧୀନତା ପରେ କୃଷକଙ୍କ ହିତ ପାଇଁ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। କିନ୍ତୁ ଏବେ ସରକାର ପ୍ରଚଳିତ ଆଇନରେ ଐତିହାସିକ ପରିବର୍ତ୍ତନ କରିଛନ୍ତି। କୃଷକ ଯେ କୌଣସି ସ୍ଥାନରେ ନିଜର ଅମଳ ଫସଲ ବିକ୍ରି କରିପାରିବେ। ସେହିପରି ସାମ୍ପ୍ରତିକ କରୋନା ମହାମାରୀ ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ୭୪ କୋଟି ଭାରତୀୟଙ୍କୁ ରାଶନ ଯୋଗାଇ ଦିଆଯାଇଛି। ଭିଟାମାଟିକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ମାଗଣାରେ ଖାଦ୍ୟଶସ୍ୟ ପ୍ରଦାନ କରାଯାଇଛି। ଇତିମଧ୍ୟରେ ୫୩ ହଜାର କୋଟି ଟଙ୍କା ଗରିବ ପରିବାରର ସଞ୍ଚୟ ଖାତାକୁ ଯାଇଛି। ବତ୍ତର୍ମାନର ସ୍ଥିତିରେ ସେ ଦେଶବାସୀଙ୍କ ସହିତ ରହିଥିବା  ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକେ ବିକାଶ ରାସ୍ତାରେ ପାଦେ ଆଗେଇଲେ ସରକାର ୪ ପାଦ ଆଗେଇବେ ବୋଲି ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?