ଆତ୍ମନିର୍ଭର ଭାରତ ସମ୍ପର୍କିତ ସଚେତନତା

ଫୁଲବାଣୀ ଅଫିସ, ୧ା୬- କନ୍ଧମାଳ ଜିଲାର ସମସ୍ତ ବ୍ୟାଙ୍କ ପରିଚାଳକ ଓ ଉଦ୍ୟୋଗୀମାନଙ୍କୁ ନେଇ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ଆତ୍ମନିର୍ଭର ଭାରତ ଅଭିଯାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକ ନୱାଲ କିଶୋର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦେଶର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରକୁ ସଶକ୍ତ କରିବା ପାଇଁ ଭାରତ ସରକାର ଘୋଷଣା କରିଥିବା ଆତ୍ମ ନିର୍ଭର ଭାରତ ପ୍ୟାକେଜ ଉପରେ ଆଲୋଚନା ହୋଇଥିଲା। ଏହିସବୁ ଉଦ୍ୟୋଗରେ ନିୟୋଜିିତ ଥିବା ଲୋକଙ୍କ ପାଇଁ ୩ ଲକ୍ଷ କୋଟି ଟଙ୍କା ବନ୍ଧକ ଋଣର ବ୍ୟବସ୍ଥା କରାଯାଇଛି। ସେହିପରି ଯେଉଁ ଉଦ୍ୟୋଗୀଙ୍କର ଋଣ ଏନ୍‌.ପି.ଏ ଖାତାରେ ସାମିଲ ହୋଇଛି, ସେମାନଙ୍କୁ ୨୦ ହଜାର କୋଟି ଟଙ୍କାର ଋଣ ଦିଆଯିବା ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ଯେଉଁ ଉଦ୍ୟୋଗୀ ଭଲ କାରବାର କରୁଛନ୍ତି ଏବଂ ବ୍ୟବସାୟ ସଂପ୍ରସାରଣ କରିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ୫୦ ହଜାର କୋଟି ଟଙ୍କାର ସହାୟତା ଓ ସୁଯୋଗ ସୃଷ୍ଟି କରାଯିବ। ୨୦୦ କୋଟି ଟଙ୍କା ପର୍ଯ୍ୟନ୍ତ କ୍ରୟବିକ୍ରୟ ପାଇଁ ଗ୍ଲୋବାଲ୍‌ ଟେଣ୍ଡର କରାଯିବ ନାହିଁ। ଏହି ସବୁ ଉଦ୍ୟୋଗର ପରିଭାଷା ମଧ୍ୟ ବଦଳିଯାଇଛି। ପୂର୍ବରୁ ମାନଦଣ୍ଡ ପ୍ଲାଣ୍ଟ ଓ ମେଶିନାରି କିମ୍ବା ଇକ୍ୟୁପ୍‌ମେଣ୍ଟରେ ନିବେଶ ଥିବାବେଳେ ଏବେ ଏହା ହେଲା ନିବେଶ ଓ ବାର୍ଷିକ କାରବାର। ନିର୍ମାଣ ଏବଂ ସେବା ଉଦ୍ୟୋଗ ବିଭାଗର ଅଣୁ ଉଦ୍ୟୋଗୀମାନଙ୍କ ପାଇଁ ନିବେଶ ୧ କୋଟି ପର୍ଯ୍ୟନ୍ତ ଓ ବାର୍ଷିକ କାରବାର ୫ କୋଟି ପର୍ଯ୍ୟନ୍ତ ରଖାଯାଇଛି ା କ୍ଷୁଦ୍ର ଉଦ୍ୟୋଗୀମାନଙ୍କ ପାଇଁ ନିବେଶ ୧୦ କୋଟି ପର୍ଯ୍ୟନ୍ତ ଓ ବାର୍ଷିକ କାରବାର ୫୦ କୋଟି ପର୍ଯ୍ୟନ୍ତ ଏବଂ ମଧ୍ୟମ ଉଦ୍ୟୋଗୀମାନଙ୍କ ପାଇଁ ନିବେଶ ୨୦ କୋଟି ପର୍ଯ୍ୟନ୍ତ ଓ ବାର୍ଷିକ କାରବାର ୧୦୦ କୋଟି ପର୍ଯ୍ୟନ୍ତ ରଖାଯାଇଛି। ବ୍ୟବସାୟ ଓ କର୍ମଚାରୀମାନଙ୍କ ୩ ମାସର ଇ.ପି.ଏଫ୍‌. ସହାୟତା ପାଇଁ ୨ ହଜାର ୫୦୦ କୋଟି ଟଙ୍କା ବ୍ୟବସ୍ଥା, ବ୍ୟବସାୟ ଓ କର୍ମଚାରୀମାନଙ୍କର କମ୍‌ ହୋଇଯାଇଥିବା ୩ ମାସର ଇ.ପି.ଏଫ୍‌. ନଗଦ ଜମା ଆକାରରେ ୬ ହଜାର ୭୫୦ କୋଟି ଟଙ୍କା ବ୍ୟବସ୍ଥା ସହିତ ଅନ୍ୟାନ୍ୟ ସୁବିଧା ଓ ସୁଯୋଗ ସୃଷ୍ଟି କରାଯାଇଛି। ବୈଠକରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ବି. କେ. ମାନ୍ଧାତା, ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ଏସ୍‌. ରାଓ, ସାଉଥ୍‌କୋ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ମହାନ୍ତିି, ବ୍ରହ୍ମପୁର ସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ସହକାରୀ ପରିବେଶ ଯନ୍ତ୍ରୀ ମହେଶ୍ୱର ବେହେରା, ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଉପ-ଆୟୁକ୍ତ ବିଭୁଦତ୍ତ ଆଚାରୀ, ଅଗ୍ରଣୀ ବ୍ୟାଙ୍କର ବିଭାଗୀୟ ସାକ୍ଷର ପରାମର୍ଶଦାତା ଇଜିକ୍ଷା ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଜିଲା ଶିଳ୍ପ କେନ୍ଦ୍ରର ସହକାରୀ ପରିଚାଳିକା ସୁଷମା କରାଲୀ ଓ ଶିଳ୍ପ ବିକାଶ ଅଧିକାରୀ ଦେବରାଜ ସାହୁ ତଥ୍ୟ ଉପସ୍ଥାପନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri