ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ଫୁଲବାଣୀ ଅଫିସ,୨୫ା୫-ମାଓବାଦୀ ସଙ୍ଗଠନରେ ଯୋଗଦେଇ ପରେ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା କ୍ୟାଡର ମାଓବାଦୀ ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିଜୁ କହଁର। ୨୦୧୯ ମାର୍ଚ୍ଚ ୨୯ ତାରିଖରେ ଆତ୍ମସମର୍ପଣ କରିଥିବା ସିଜୁ ପୋଲିସ ବାରାକ୍‌ ଭିତରେ ଥିବା ପ୍ରକୋଷ୍ଠରେ ଅସ୍ଥାୟୀ ଭାବେ ରହୁଥିଲେ। ସୋମବାର ସକାଳେ ଉକ୍ତ ପ୍ରକୋଷ୍ଠରୁ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ଏହା ଆତ୍ମହତ୍ୟା ବୋଲି ଜଣାପଡୁଛି। ତେବେ କେଉଁ କାରଣରୁ ସେ ଏପରି କରିଛନ୍ତି, ତାହାର ତଦନ୍ତ ଜାରି ରହିଛି ବୋଲି ଏସ୍‌ପି ପ୍ରତୀକ ଗୀତା ସିଂ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏ ନେଇ ଟାଉନ ଥାନାରେ ନଂ.୨୧/୨୦ରେ ମାମଲା ରୁଜୁ ହୋଇଛି ା ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଦାରିଙ୍ଗବାଡ଼ିରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’, ୧୧ ବିଦ୍ୟାଳୟର ଛାତ୍ରୀଛାତ୍ର ସାମିଲ

ଦାରିଙ୍ଗବାଡି,୭।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍‌…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?