Posted inଖେଳ

ଆଥଲେଟ୍‌ଙ୍କ ଟ୍ରେନିଂ ପାଇଁ କଳିଙ୍ଗ ଷ୍ଟାଡିୟମ ଖୋଲିବ

ଭୁବନେଶ୍ୱର, ୧୯।୫(କ୍ରୀଡ଼ା ପ୍ରତିନିଧି)-
କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ୍‌ ଅନୁସାରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମକୁ ଆଥଲେଟ୍‌ଙ୍କ ଟ୍ରେନିଂ ପାଇଁ ଉନ୍ମୁକ୍ତ ରଖା ଯିବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ”ନୂଆ ଗାଇଡଲାଇନ୍‌ ଅନୁସାରେ ଆଥଲେଟ୍‌ଙ୍କ ଟ୍ରେନିଂ ପାଇଁ କଳିଙ୍ଗ ଷ୍ଟାଡିୟମକୁ ଉନ୍ମୁକ୍ତ କରାଯିବ। ତେବେ ସାଥି କ୍ରୀଡ଼ାବିତ୍‌, ଟ୍ରେନର ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ ସହିତ ଭାବର ଆଦାନ ପ୍ରଦାନ ସମୟରେ ସାମାଜିତ ଦୂରତ୍ୱ ନିୟମ ପାଳନ, ମାସ୍କ ପିନ୍ଧିବା, ହାତ ଧୋଇବା ସହ ବ୍ୟକ୍ତିଗତ ସୁରକ୍ଷା ସମ୍ପର୍କରେ ସଚେତନ ହେବାକୁ ପଡ଼ିବ। ଯଦି କୌଣସି ଆଥଲେଟ୍‌ ଜ୍ୱରରେ ପୀଡ଼ିତ ହୋଇଥିବା ଅନୁଭବ କରନ୍ତି ତେବେ ସେମାନେ ବାହାରେ ବୁଲିବା କିମ୍ବା ଷ୍ଟାଡିୟମକୁ ଟ୍ରେନିଂ ପାଇଁ ଆସିବେ ନାହିଁ। ଆଗାମୀ କିଛି ସପ୍ତାହ ମଧ୍ୟରେ ସ୍ପୋଟର୍‌ସ ଇକୋ ସିଷ୍ଟମକୁ ଶକ୍ତିଶାଳୀ କରିବା ଦିଗରେ ଆମେ କାର୍ଯ୍ୟ କରୁଛୁ“ ବୋଲି କ୍ରୀଡ଼ାମନ୍ତ୍ରୀ ପ୍ରକାଶ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ କଟକଣା ପାଇଁ ଗତ ମାର୍ଚ୍ଚ ମାସରୁ ଖେଳାଳିମାନେ ଘର ବାହାରକୁ ବାହାରିପାରୁ ନ ଥିଲେ। ଫଳରେ ସେମାନଙ୍କ ଟ୍ରେନିଂ ବାଧାପ୍ରାପ୍ତ ହୋଇଥିଲା। ଘରର ସୀମିତ ପରିସରରେ ସମସ୍ତ ଟ୍ରେନିଂ ସମ୍ଭବ ହେଉ ନ ଥିଲା। ସରକାରଙ୍କ ନୂଆ ଗାଇଡଲାଇନ୍‌ ଆଥଲେଟଙ୍କ ମନରେ ନୂଆ ଆଶା ଭରି ଦେଇଛି। ଏବେ ସେମାନେ ପଡ଼ିଆକୁ ଯାଇ ପାରମ୍ପରିକ ଟ୍ରେନିଂ ସହ ଆଗାମୀ ଦିନ ପାଇଁ ନିଜକୁ ପ୍ରସ୍ତୁତ ରଖିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri