ଆଦର୍ଶ ବିଦ୍ୟାଳୟରେ ସମସ୍ୟା:ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ଅଭିଭାବକ ସଂଘ

ଅନୁଗୋଳ ଅଫିସ, ୬।୮

ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯ ଶିକ୍ଷା ବର୍ଷରୁ ଏଠାରେ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଛାତ୍ରୀଛାତ୍ରଙ୍କୁ ଅଦ୍ୟାବଧି ମୌଳିକ ସୁବିଧା ମିଳୁନାହିଁ। ଏପରି କି ବିପର୍ଯ୍ୟସ୍ତ ଭିତ୍ତିଭୂମି ସାଙ୍ଗକୁ ଶୈକ୍ଷିକ ବାତାବରଣ ଏକ ରକମ ଭୁଶୁଡ଼ି ପଡ଼ିଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏ ନେଇ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ଜିଲା ଶିକ୍ଷା ବିଭାଗ ଓ ପ୍ରଶାସନ କୌଣସି ପଦକ୍ଷେପ ନେଉ ନ ଥିବା ସଂଘ ପକ୍ଷରୁ ଦର୍ଶାଯାଇଛି।
ରାଜ୍ୟ ସରକାର ଉତ୍ତମ ଶିକ୍ଷାଦାନ ପାଇଁ ଆଦର୍ଶ ବିଦ୍ୟାଳୟ ଖୋଲିଛନ୍ତି। ଅନ୍ୟ ଇଂଲିଶ ମାଧ୍ୟମ ବିଦ୍ୟାଳୟ ଭଳି ଏଠାରେ ବି ଛାତ୍ରୀଛାତ୍ରଙ୍କୁ ଇଂଲିଶରେ ଶିକ୍ଷାଦାନ କରାଯିବ। କିନ୍ତୁ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ଇଂଲିଶ ମାଧ୍ୟମ ବିଦ୍ୟାଳୟରେ ଇଂଲିଶ ଓ ହିନ୍ଦୀ ବିଷୟରେ ଶିକ୍ଷକ ନ ଥିବା ଅଭିଭାବକମାନେ ଅଭିଯୋଗ ଆଣିଛନ୍ତି। ଜୁଲାଇ ଶେଷ ସୁଦ୍ଧା ଶିକ୍ଷକ ନିଯୁକ୍ତି ଦିଆଯିବ ବୋଲି ଜିଲା ଶିକ୍ଷା ବିଭାଗ ଓ ପ୍ରଶାସନ ପୂର୍ବରୁ ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ଅଦ୍ୟାବଧି ତାହା ପୂରଣ ହୋଇନାହିଁ। ଏପରି କି ଛାତ୍ରୀଛାତ୍ରଙ୍କ ପାଇଁ ହଷ୍ଟେଲ ଅନୁଦାନ ମଧ୍ୟ ମିଳିନାହିଁ। ବିଦ୍ୟାଳୟରେ କୌଣସି ଆସବାବପତ୍ର ନ ଥିବାରୁ ଷଷ୍ଠ ଶ୍ରେଣୀ ଛାତ୍ରୀଛାତ୍ରମାନେ ତଳେ ବସି ପାଠ ପଢ଼ୁଛନ୍ତି। ଜିଲା ଖଣିଜ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରି ମୌଳିକ ସୁବିଧା ଗୁଡ଼ିକ ପୂରଣ କରିବା ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ଗତ ଜୁଲାଇ ୩୧ରେ ହୋଇଥିବା ଅଭିଭାବକ ଓ ଶିକ୍ଷକଙ୍କ ବୈଠକରେ ଦାବି ଗୁଡ଼ିକ ଉପରେ କୌଣସି ଆଲୋଚନା ହୋଇ ନ ଥିଲା। ତଥାପି ବିଦ୍ୟାଳୟ କର୍ତ୍ତୃପକ୍ଷ ଚଞ୍ଚକତା କରି ସାଧା କାଗଜରେ ଅଭିଭାବକମାନଙ୍କ ଦସ୍ତଖତ ନେଇଥିଲେ। ବିଦ୍ୟାଳୟରେ କୌଣସି କମିଟି ଗଠନ କରାଯାଇ ନାହିଁ। ଆଦର୍ଶ ବିଦ୍ୟାଳୟରେ ଏଭଳି ସଙ୍ଗିନ ସମସ୍ୟା ଥିବାରୁ ଜିଲା ପ୍ରଶାସନ ହସ୍ତକ୍ଷେପ କରିବାକୁ ସଂଘ ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri