ଆଦର୍ଶ ବିଦ୍ୟାଳୟ ରାସ୍ତା ମରଣଯନ୍ତା :ଆକ୍‌ଶନ ପ୍ଲାନ ସରିଛି

ଆନନ୍ଦପୁର, ୨୩। ୮(ସ୍ବ.ପ୍ର.)- ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଆନନ୍ଦପୁରର ଭିତ୍ତିଭୂମି ବିକାଶ ପାଇଁ ୧୭ କୋଟି ୬୪ ଲକ୍ଷର ଆକ୍‌ଶନ ପ୍ଲାନ୍‌ ଆପ୍ରୁଭ ସରିଛି, ବାକି ରହିଛି ଟେଣ୍ଡର ପ୍ରକ୍ରିୟା। ଏହି ଅନୁଦାନରେ ବିଦ୍ୟାଳୟର ପାଚେରି, ମୁଖ୍ୟ ଗେଟ୍‌, ଆପ୍ରୋଚ ରୋଡ, ସାଇକେଲ ଷ୍ଟାଣ୍ଡ, ବାଳିକା ଫୁଟବଲ, ବାଳକ ଫୁଟବଲ, ଭଲିବଲ୍‌ ଆଦି ଖେଳପଡିଆ, ଛାତ୍ରୀ ନିବାସ, ଛାତ୍ରାବାସ ସହିତ ଅନ୍ୟ ଭିତ୍ତିଭୂମିର ବିକାଶ ପାଇଁ ଖର୍ଚ୍ଚ ହେବ। ହେଲେ ବିଦ୍ୟାଳୟକୁ ଯାଇଥିବା ରାସ୍ତାର ଦୁରବସ୍ଥା ପ୍ରତି କାହାର ଦୃଷ୍ଟି ନାହିଁ। ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତାର ମରାମତି ପାଇଁ ତା ୧।୧୧।୨୦୧୮ରିଖରେ ଜିଲାପାଳଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା। ଅଦ୍ୟାବଧି ଏହି ରାସ୍ତା ନିର୍ମାଣ ପାଇଁ ଜିଲାପାଳଙ୍କ ସ୍ତରରୁ ଅନୁମୋଦନ ମିଳି ନ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ସୂତ୍ରରୁ ଜଣାପଡିଛି। ଆନନ୍ଦପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଯାଇଥିବା ଏହି ରାସ୍ତା ମରଣଯନ୍ତାରେ ପରିଣତ ହେଲାଣି। ୨୦ ନଂ ଜାତୀୟ ରାଜପଥ ଠାରୁ ଆଦର୍ଶ ବିଦ୍ୟାଳୟକୁ ପ୍ରାୟ ୧ କି.ମି. ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଉପରେ ଉପଖଣ୍ଡର ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ଯଥା ଜଳସମ୍ପଦ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ, କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟାଳୟ, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ, ଘସିପୁରା ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ, ଡିଏଫଓଙ୍କ କାର୍ଯ୍ୟାଳୟ , ପୌରପରିଷଦ ଡମ୍ପିଂୟାର୍ଡ, ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ନିର୍ଭର କରିଥାଏ। ଏହି ଦୃଷ୍ଟିରୁ ରାସ୍ତାର ଗୁରୁତ୍ୱ ଅଧିକ ରହିଥିବା ସତ୍ତ୍ୱେ ଜିଲା ପ୍ରଶାସନ ବୈମାତୃକ ମନୋଭାବ ପୋଷଣ କରିବା ପରିତାପର ବିଷୟ ସାଜିଛି। ଏହି ରାସ୍ତା ଦୀର୍ଘ ବର୍ଷ ବର୍ଷ ଧରି ମରାମତି କିମ୍ବା ନୂତନ ଭାବେ ନିର୍ମାଣ କରାଯାଉ ନ ଥିବାରୁ ବଡ ବଡ ଖାଲଖମା ସୃଷ୍ଟି ହୋଇ ବିଭିନ୍ନ ସମୟରେ ଦୁର୍ଘଟଣା ମଧ୍ୟ ଘଟୁଛି। ଏତଦ୍‌ବ୍ୟତୀତ ଛାତ୍ରୀଛାତ୍ରମାନେ ଘରୋଇ ଯାନବାହନ, ସାଇକେଲ ଯୋଗେ ଏହି ରାସ୍ତା ଦେଇ ଆଦର୍ଶ ବିଦ୍ୟାଳୟକୁ ଯାଇଥାନ୍ତି। ବିଦ୍ୟାଳୟକୁ ଯାତାୟାତ ସମୟରେ ଛାତ୍ରୀଛାତ୍ର ରାସ୍ତାର ଦୁରବସ୍ଥା ପାଇଁ ନାନା ହଇରାଣ ହରକତ ହେଉଛନ୍ତି। ସଂପୃକ୍ତ ରାସ୍ତାଟି ପୌରପରିଷଦ ଅଧୀନରେ ରହିଥିବାରୁ ଅନ୍ୟ କୌଣସି ବିଭାଗ ଏହି ରାସ୍ତା ନିର୍ମାଣ କାର୍ଯ୍ୟ କ୍ଷେତ୍ରରେ ଗୁରୁତ୍ୱ ଦିଅନ୍ତି ନାହିଁ କିମ୍ବା ନିଜ ଅଧୀନକୁ ନେଇ ନିର୍ମାଣ କରିପାରନ୍ତି ନାହିଁ। ଫଳରେ ରାସ୍ତାର ଦୁରବସ୍ଥା ସୁଧୁରିବା ନାଁ ଧରୁନାହିଁ। ନିକଟରେ ପୌରପରିଷଦ ପକ୍ଷରୁ ରାସ୍ତା ନିର୍ମାଣ କାର୍ଯ୍ୟ କରିବା ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଅବଗତ କରାଯାଇଥିଲା। ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗ ଏହାକୁ ପ୍ରତ୍ୟାଖାନ କରିଥିଲା। ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା ନିର୍ମାଣ କରିବା ପାଇଁ ପ୍ରସ୍ତାବ ପ୍ରତ୍ୟାଖାନ କରିବା ପରେ ବିଭାଗ ପକ୍ଷରୁ ଓଡିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ୍‌(ଓଏମବିଏଡିସି) ଫଣ୍ଡରେ ନିର୍ମାଣ କରାଯିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ/ଆନନ୍ଦପୁର,୧।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri