ଆଦର୍ଶ ବିଦ୍ୟାଳୟ ଲାଗି ଜମି ହସ୍ତାନ୍ତର

ଜଳେଶ୍ୱର, ୪।୧(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ବିଛିନ୍ନାଞ୍ଚଳ ଭାବେ ପରିଚିତ ରାଇବଣିଆ ଥାନା କାଳିକଠାରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଲାଗି ଜମି ହସ୍ତାନ୍ତର ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ଶିକ୍ଷାବର୍ଷରୁ ଶିକ୍ଷାଦାନ ହେବା ଲାଗି ଅଭିଭାବକମାନେ ଆଶା ପୋଷଣ କରିଛନ୍ତି।
୨୦୧୪ ସାଧାରଣ ନିର୍ବାଚନ ପରେ ରାଇବଣିଆର କାଳିକଠାରେ ଏକ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ତତ୍‌କାଳୀନ ଏମ୍‌ପି ଇଂ. ରବୀନ୍ଦ୍ର କୁମାର ଜେନା ଓ ବିଧାୟକ ଅଶ୍ୱିନୀ କୁମାର ପାତ୍ର ଘୋଷଣା କରିଥିଲେ। ପରବର୍ତ୍ତୀ ସମୟରେ ଜେନା କାଳିକ ପଞ୍ଚାୟତକୁ ପୋଷ୍ୟଗ୍ରାମ ଭାବେ ଗ୍ରହଣ କରି ଏହାର ରାସ୍ତାଘାଟ, ସ୍ବାସ୍ଥ୍ୟ, ପରିଷ୍କାର ପରିଛନ୍ନତା, ପିଇବାପାଣି ବ୍ୟବସ୍ଥା, ବିଦ୍ୟୁତ୍‌ ଯୋଗାଣର ବ୍ୟବସ୍ଥା କରିବା ସହ ଏକ ଟିମ୍‌କୁ ସେଠାରେ କାଯର୍‌ୟରେ ଲଗାଇଥିଲେ। କିନ୍ତୁ ଏଥିଲାଗି ଆବଶ୍ୟକ ଅନୁମୋଦନ ନ ମିଳିବାରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଆଦର୍ଶ ବିଦ୍ୟାଳୟ ସେଠାରେ ପ୍ରତିଷ୍ଠା କରିବା ଲାଗି ଇଂ. ଜେନା ଓ ପାତ୍ର ଉଦ୍ୟମ କରିଥିଲେ । କିନ୍ତୁ ସରକାରୀ ଫାଇଲ୍‌ ମନ୍ଥର ଗତିରେ ଚାଲୁଥିବାରୁ ଗତ ୧୬ା୧୨ା୧୯ରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅନୁମୋଦନ କରିଛନ୍ତି । ଏହାପୂର୍ବରୁ ଏକ କମିଟି ଗଠନ ହୋଇ କାଳିକ ଗ୍ରାମର ଖାତା ନଂ ୯୮୨, ପ୍ଲଟ ୮୨୮, ୮୨୯, ୮୩୦ ଓ ୯୧୫ର ମୋଟ ୪ଏକର ୮୦ ଡିସିମିଲ ସ୍ଥାନ ଆଦର୍ଶ ବିଦ୍ୟାଳୟ ଲାଗି ସ୍ଥାନ ନିରୂପଣ କରିଥିଲେ। ଶୁକ୍ରବାର ଏହି କାର୍ଯ୍ୟ ସମାପନ ଲାଗି ଜଳେଶ୍ୱର ତହସିଲଦାର କ୍ଷୀରୋଦ କୁମାର ପଣ୍ଡା, ବିଇଓ ବିଜୟ କୁମାର ନାଥ, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଲମ୍ବୋଦର କର, ଓଲମରା ଆର୍‌ଆଇ ଓ ଅମିନ ପ୍ରମୁଖ ଯାଇଥିଲେ। ପୂର୍ବତନ ସରପଞ୍ଚ ଗଙ୍ଗାଧର ଦାସ ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପର୍କରେ ଗ୍ରାମବାସୀଙ୍କୁ ବୁଝାଇଥିଲେ ା ମୋଟ ୩କୋଟି ୨୫ଲକ୍ଷ ୫୨ ହଜାର ୬୬୬ ଟଙ୍କା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ଅର୍ଥ ମଞ୍ଜୁର ହୋଇଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri