ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର

ଭୁବନେଶ୍ୱର, ୨୩ା୧୧(ସୁନିତ୍‌ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏବଂ କର୍ପୋରେଟ୍‌ ସ୍ବାର୍ଥ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ସମଗ୍ର ବିଶ୍ୱରେ ଏହି ଘଟଣା ଚହଳ ପକାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ନୀରବତା ଏହାର ଜଟିଳତାକୁ ଦର୍ଶାଉଛି। ଏହା ଶାସନ, ନିୟାମକ ତଦାରଖ ଏବଂ ଜନସାଧାରଣଙ୍କ ବିଶ୍ୱାସକୁ ନେଇ ଗୁରୁତର ଚିନ୍ତା ବଢ଼ାଇଛି ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା କହିଛନ୍ତି।
ଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶ୍ରୀକାନ୍ତ କହିଛନ୍ତି, ଭ୍ରଷ୍ଟାଚାରୀ ଗୌତମ ଆଦାନୀଙ୍କୁ ମୋଦି ସରକାର ଘଣ୍ଟ ଘୋଡ଼ାଉଛି। ଆମେରିକାର ସିକ୍ୟୁରିଟିଜ୍‌ ଆଣ୍ଡ ଏକ୍ସଚେଞ୍ଜ କମିଶନ(ଏସ୍‌ଇସି) ପକ୍ଷରୁ ଆଦାନୀ ଓ ଅନ୍ୟମାନଙ୍କ ବିରୋଧରେ ଆମେରିକାର ପ୍ରତିଭୂତି ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ଭାଜପା ଶାସନରେ ସିକ୍ୟୁରିଟି ଜାଲିଆତି: ଦୁର୍ନୀତି ନିବାରଣ ଅଭ୍ୟାସର ମିଥ୍ୟା ଦାବି ମାଧ୍ୟମରେ ୧୭୫ ମିଲିୟନ ଡଲାରରୁ ଅଧିକ ସଂଗ୍ରହ କରୁଥିବାବେଳେ ଆମେରିକୀୟ ନିବେଶକଙ୍କୁ ବିଭ୍ରାନ୍ତ କରୁଛି। ସରକାରୀ ଡିସ୍‌କମ୍‌ ଅଧିକ ମୂଲ୍ୟର ସୌରଶକ୍ତି କିଣିବାକୁ ବାଧ୍ୟହେଲା, ଯାହାଦ୍ୱାରା ଗ୍ରାହକଙ୍କ ଉପରେ ବିୁଦ୍ୟତ୍‌ ବିଲ୍‌ ଭାର ବଢ଼ିଛି। ଏହି ପକ୍ଷପାତିତା ଆଦାନୀଙ୍କ ବିମାନବନ୍ଦର, ବନ୍ଦର, ମିଡିଆ କମ୍ପାନୀ ଏବଂ ଅନ୍ୟାନ୍ୟ ସମ୍ପତ୍ତି ଅଧିଗ୍ରହଣରେ ପ୍ରତିଫଳିତ ହୋଇଛି, ଯାହାକି ପ୍ରତ୍ୟକ୍ଷ ସରକାରୀ ତତ୍ତ୍ୱାବଧାନରେ କରାଯାଇଛି। ଓଡ଼ିଶାରେ ଆଦାନୀ ଗୋଷ୍ଠୀକୁ ବିକ୍ରି ହୋଇଥିବା ପ୍ରାକୃତିକ ସମ୍ପଦ ଲୁଣ୍ଠନ କରିବାରେ ରାଜ୍ୟ ସରକାରଙ୍କ ଭୂମିକା ପ୍ରତିଫଳିତ ହୋଇଛି। ଓଡ଼ିଶାର ଖଣିଜ ସମ୍ପଦକୁ ଆଦାନୀ ହାତକୁ ଶାଗ ମାଛ ଦରରେ ବିକ୍ରି କରାଯାଇଛି। ଆଦାନୀ ଅଧୀନରେ ଆଜି ଧାମରା ଓ ଗୋପାଳପୁର ବନ୍ଦର ୯୫% ନିୟନ୍ତ୍ରଣରେ ରହିଛି। ସେବି ବିଫଳତା ଓ ହିଣ୍ଡେନ୍‌ବର୍ଗ ରିପୋର୍ଟରେ ବିନୋଦ ଆଦାନୀଙ୍କ ମାଲିକାନାରେ ଥିବା ସଂସ୍ଥାଗୁଡ଼ିକ ସହ ସେବି ଚେୟାରମ୍ୟାନ୍‌ ମାଧବୀ ପୁରୀ ବୁଚ୍‌ଙ୍କ ଲିଙ୍କ୍‌ ପ୍ରକାଶ ପାଇଛି ବୋଲି ଶ୍ରାକାନ୍ତ କହିଛନ୍ତି। ପୂର୍ବତନ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି, ଗନ୍ଧମାର୍ଦ୍ଦନ ପର୍ବତକୁ ଆଦାନୀକୁ ଟେକିଦେବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟୀକରଣ ରଖନ୍ତୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri