Posted inରାଜ୍ୟ

ଆଦାନୀ ଦେବ ଓଡ଼ିଶାକୁ ଆଲୋକ

ଭୁବନେଶ୍ୱର,୨୪।୬ (ବ୍ୟୁରୋ): ଓଡ଼ିଶା ପାଓ୍ବାର ଜେନେରେଶନ ଲିମିଟେଡ୍‌(ଓପିଜିସି)ର ୪୯% ଅଂଶଧନ ପ୍ରମୁଖ ଘରୋଇ କ୍ଷେତ୍ର ଶକ୍ତି ଉତ୍ପାଦନକାରୀ କମ୍ପାନୀ ଆଦାନୀ ପାଓ୍ବାର ଲିମିଟେଡ୍‌ (ଏପିଏଲ୍‌) ନିକଟକୁ ଯିବ। ଏଥିଲାଗି ଓପିଜିସିର ଅନୁବନ୍ଧିତ ସଂସ୍ଥା ଏଇଏସ୍‌ କର୍ପୋରେଶନ ସହ ଆଦାନୀ ଶେୟାର ବିକ୍ରି ଏବଂ କ୍ରୟ ଚୁକ୍ତି (ଏସ୍‌ଏସ୍‌ପିଏ)ରେ ସାମିଲ ହୋଇଥିବା ଜଣାପଡ଼ିଛି। ଏହାଦ୍ୱାରା ଆଦାନୀ ଏଇଏସ୍‌ର ଓପିଜିସି ହୋଲ୍ଡିଂ ଏବଂ ଇଏସ୍‌ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ଓପିଜିସିରେ ଥିବା ୮୯, ୩୦,୨୭୩ ଇକ୍ୱିଟି ଶେୟାରକୁ ଅଧିଗ୍ରହଣ କରିବ। ଅଧିଗ୍ରହଣର ମୋଟ ମୂଲ୍ୟ ପ୍ରାୟ ୧୦୦୦ କୋଟି ଟଙ୍କା ହେବ ବୋଲି ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ ମଙ୍ଗଳବାର ସୂଚନା ଦେଇଛନ୍ତି।
ଝାରସୁଗୁଡ଼ା ଜିଲା ବନହରପାଲିରେ ଓପିଜିସି ୧୭୪୦ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ପ୍ଲାଣ୍ଟ ପରିଚାଳନା କରୁଛି। ଉକ୍ତ ପ୍ଲାଣ୍ଟରେ ଆଦାନୀ ବର୍ତ୍ତମାନ ଅଂଶୀଦାର ହୋଇଛି। ଫଳରେ ଓଡ଼ିଶାକୁ ଶକ୍ତି ଯୋଗାଣ କରିବା କ୍ଷେତ୍ରରେ ଆଦାନୀ କାର୍ଯ୍ୟ କରିବ ବୋଲି ସୂଚନା ରହିଛି। ସୁଲଭ ମୂଲ୍ୟରେ ବିଦ୍ୟୁତ୍‌ ଉତ୍ପାଦନ କ୍ଷେତ୍ରରେ ଉକ୍ତ ୟୁନିଟ କାର୍ଯ୍ୟ କରୁଛି। ଉକ୍ତ ୟୁନିଟରେ କମ୍‌ ପ୍ରଦୂଷଣ ସହ ୧୩୨୦ ମେଗାଓ୍ବାଟ୍‌ର ସୁପର କ୍ରିଟିକାଲ ଫାସିଲିଟିକୁ ନିକଟରେ କାର୍ଯ୍ୟକ୍ଷମ କରାଯାଇଛି। ନିକଟବର୍ତ୍ତୀ କ୍ୟାପ୍ଟିଭ ଖଣିଗୁଡ଼ିକରୁ ଜାଳେଣି କୋଇଲା ଏହି ପ୍ଲାଣ୍ଟକୁ ଯୋଗାଣ ହେଉଛି। ଏହାବାଦ ରାଜ୍ୟ ସରକାରଙ୍କ ଗ୍ରୀଡ୍‌କୋ ସହ ୨୫ ବର୍ଷର ଦୀର୍ଘମିଆଦୀ ଶକ୍ତି କ୍ରୟ ଚୁକ୍ତି(ପିପିଏ)ରେ ଉକ୍ତ ପ୍ଲାଣ୍ଟ ସାମିଲ ହୋଇଛି।
ଓପିଜିସିର ବଳକା ୫୧% ଅଂଶ ଓଡ଼ିଶା ସରକାରଙ୍କ ନିକଟରେ ରହିବ ବୋଲି ଜଣାପଡ଼ିଛି। ଉକ୍ତ ଅଧିଗ୍ରହଣ ଚୁକ୍ତି ଦ୍ୱାରା ଆଦାନୀ ପ୍ରଥମକରି ରାଜ୍ୟର ଶକ୍ତି ଯୋଗାଣ କ୍ଷେତ୍ରରେ ପ୍ରବେଶ କରିଛି। ଦୀର୍ଘମିଆଦୀ ଭିତ୍ତିରେ ଓଡ଼ିଶାରେ ଉଚ୍ଚ ଗୁଣବତ୍ତା ଭିତ୍ତିଭୂମି ନିର୍ମାଣ ଏବଂ ପରିଚାଳନା ଏବଂ ରାଜ୍ୟ ସରକାରଙ୍କ ସହ ମିଳିତ ହୋଇ କାମ କରିବାକୁ ଉଦ୍ୟମ ଜାରି ରହିବ ବୋଲି ଆଦାନୀ ଗ୍ରୁପ୍‌ ପକ୍ଷରୁ କୁହାଯାଇଛି। ସେହିଭଳି ଘରୋଇ ବଜାରରେ ଶକ୍ତ ସଂରକ୍ଷଣ ଏବଂ ଅଣପାରମ୍ପରିକ ଶକ୍ତି ଯୋଗାଣ ଦିଗରେ ଆଦାନୀ ଗ୍ରୁପ୍‌ ଏବଂ ଏଇଏସ୍‌ ମିଳିତ ହୋଇ କାମ କରିବେ। ରାଜ୍ୟରେ ସେବା ଯୋଗାଣ ନେଇ କମ୍ପାନୀ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କଠାରୁ ସମସ୍ତ ପ୍ରକାର ଆନୁଷଙ୍ଗିକ ମଞ୍ଜୁରୀ ଲାଭ କରିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ୨୦୧୭, ୨୦୧୮ ଏବଂ ୨୦୧୯ ଆର୍ଥତ୍କ ବର୍ଷରେ ଓପିଜିସିର ମୋଟ ଆୟ ଯଥାକ୍ରମେ ୭୫୮.୦୯ କୋଟି, ୬୧୩.୩୬ କୋଟି ଏବଂ ୮୮୭.୭୧ କୋଟି ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri