ଯୋଡ଼ା, ୧୪।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଗରିବ ଲୋକମାନେ ସରକାରଙ୍କ ଖାଦ୍ୟ ଯୋଜନାରେ ବାଦ୍ପଡି ଅଭାବ ଅନାଟନରେ ଦିନ ବିତାଉଥିବା ଦେଖିବାକୁ ମିଳିଛି। ରାଶନ କାର୍ଡ ଥାଇ ମଧ୍ୟ କେତେକ ଲୋକ ସାଧାରଣ ବଣ୍ଟନ ସାମଗ୍ରୀ (ପିଡିଏସ)ରୁ ବଞ୍ଚିତ ହେଉଛନ୍ତି। ହିତାଧିକାରୀଙ୍କ ସହିତ ଥିବା ପରିବାରର ଅନ୍ୟ ସଦସ୍ୟମାନଙ୍କର ରାଶନକାର୍ଡ ସହିତ ଆଧାରକାର୍ଡ ସଂଯୋଗ ହୋଇ ନ ପାରିବାରୁ ସେମାନଙ୍କୁ ଚାଉଳ, ଗହମ ଓ କିରୋସିନ୍ ମିଳୁନାହିଁ। ରାଶନକାର୍ଡ ସହିତ ଆଧାରକାର୍ଡ ସଂଯୋଗ କରାଯିବାର ନିୟମ ହେବା ପରେ ବହୁ ଗରିବ ଲୋକେ ବ୍ଲକ କାର୍ଯ୍ୟାଳୟକୁ ଦୌଡି ଦୌଡି ନୟାନ୍ତ ହେଉଥିବା ଜଜାଙ୍ଗ ପଞ୍ଚାୟତର ଗୁରୁତୁଆଁ ଗ୍ରାମର ଆଦିବାସୀ ମହିଳା ସୁନୀତା ମୁଣ୍ଡା, ଗୀତା ମୁଣ୍ଡା ଓ ଶାନ୍ତି ମୁଣ୍ଡା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଯୋଡ଼ା ବ୍ଲକ ଯୋଗାଣ ନିରୀକ୍ଷକଙ୍କୁ ଫୋନ ମାଧ୍ୟମରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇନଥିଲେ। ତେଣେ ଯୋଡା ବ୍ଲକକୁ ନୂତନ ବିଡିଓ ବୁଧବାର ଆସିଥିବାରୁ ତାଙ୍କଠାରୁ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରିନଥିଲା।
Posted inଆମ ଜିଲା ଖବର, କେନ୍ଦୁଝର View All
ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର
ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...
ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି
ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...
ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...
କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ
ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...
୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…
ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...
୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ
ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...
ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ
ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...
Archives


