ଯୋଡ଼ା, ୧୪।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଗରିବ ଲୋକମାନେ ସରକାରଙ୍କ ଖାଦ୍ୟ ଯୋଜନାରେ ବାଦ୍ପଡି ଅଭାବ ଅନାଟନରେ ଦିନ ବିତାଉଥିବା ଦେଖିବାକୁ ମିଳିଛି। ରାଶନ କାର୍ଡ ଥାଇ ମଧ୍ୟ କେତେକ ଲୋକ ସାଧାରଣ ବଣ୍ଟନ ସାମଗ୍ରୀ (ପିଡିଏସ)ରୁ ବଞ୍ଚିତ ହେଉଛନ୍ତି। ହିତାଧିକାରୀଙ୍କ ସହିତ ଥିବା ପରିବାରର ଅନ୍ୟ ସଦସ୍ୟମାନଙ୍କର ରାଶନକାର୍ଡ ସହିତ ଆଧାରକାର୍ଡ ସଂଯୋଗ ହୋଇ ନ ପାରିବାରୁ ସେମାନଙ୍କୁ ଚାଉଳ, ଗହମ ଓ କିରୋସିନ୍ ମିଳୁନାହିଁ। ରାଶନକାର୍ଡ ସହିତ ଆଧାରକାର୍ଡ ସଂଯୋଗ କରାଯିବାର ନିୟମ ହେବା ପରେ ବହୁ ଗରିବ ଲୋକେ ବ୍ଲକ କାର୍ଯ୍ୟାଳୟକୁ ଦୌଡି ଦୌଡି ନୟାନ୍ତ ହେଉଥିବା ଜଜାଙ୍ଗ ପଞ୍ଚାୟତର ଗୁରୁତୁଆଁ ଗ୍ରାମର ଆଦିବାସୀ ମହିଳା ସୁନୀତା ମୁଣ୍ଡା, ଗୀତା ମୁଣ୍ଡା ଓ ଶାନ୍ତି ମୁଣ୍ଡା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଯୋଡ଼ା ବ୍ଲକ ଯୋଗାଣ ନିରୀକ୍ଷକଙ୍କୁ ଫୋନ ମାଧ୍ୟମରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇନଥିଲେ। ତେଣେ ଯୋଡା ବ୍ଲକକୁ ନୂତନ ବିଡିଓ ବୁଧବାର ଆସିଥିବାରୁ ତାଙ୍କଠାରୁ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରିନଥିଲା।
Posted inଆମ ଜିଲା ଖବର, କେନ୍ଦୁଝର View All
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…
ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…
କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି
ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…
Archives

