ଛତ୍ରପୁର,୧୭ା୭(ଡି.ଏନ.ଏ.)-ବେଗୁନିଆପଡା ବ୍ଲକ ଅଧୀନ ଡଭାବଣିଆ ଆଦିବାସୀ ଗଁା ଲୋକଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ବଳରେ ମିଳିଥିବା ଜମିରେ ଜଙ୍ଗଲ ବିଭାଗ ଗଛ ଲଗାଇବାକୁ ନେଇ ଉତ୍ତେଜନା ଦେଖାଦେଇଛି। ଏନେଇ ଆଦିବାସୀମାନେ ମଙ୍ଗଳବାର ଛତ୍ରପୁର ଆସି ଉପଜିଲାପାଳଙ୍କୁ ଭେଟି ଘଟଣା ସମ୍ପର୍କରେ ଜଣାଇବା ସହ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ା ଜମି ପଟ୍ଟା ପାଇଥିତ୍ବା ଆଦିବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏମାନଙ୍କ କହିବାନୁଯାୟୀ, ଦୀର୍ଘ ବର୍ଷ ଧରି ଜଙ୍ଗଲ ଜମି ସେମାନଙ୍କର ଦଖଲରେ ଥିଲା ା ପରେ ଜଙ୍ଗଲ ଜମି ଅଧିକାର ଆଇନ ବଳରେ ସେମାନଙ୍କୁ ୩ ବର୍ଷ ପୂର୍ବେ ପଟ୍ଟା ପ୍ରଦାନ କରାଯାଇଥିଲା। ଏହାପରେ ଏମାନେ ଉକ୍ତ ଜମିରେ ଚାଷକରି ପରିବାର ପ୍ରତିପୋଷଣ କରି ଆସୁଛନ୍ତି ା କିନ୍ତୁ ୨ ଦିନ ହେଲା ପଟ୍ଟାଧାରୀ ଆଦିବାସୀଙ୍କୁ ନ ପଚାରି ଜମିରେ ପଡୋଶୀ ଗଁାର ଅଣ ଆଦିବାସୀଙ୍କୁ ନେଇ ଜଙ୍ଗଲ ବିଭାଗର କର୍ମଚାରୀ ଗଛ ଲଗାଉଥିବା ନେଇ ଏମାନେ ଅଭିଯୋଗ କରିଛନ୍ତି ା ଜମି ପଟ୍ଟା ପାଇଥିଲେ ମଧ୍ୟ ଉକ୍ତ ଜମିରେ କିଭଳି ଗଛ ଲଗାଯାଉଛି ସେନେଇ ଆଦିବାସୀମାନେ ପ୍ରଶ୍ନ କରିଛନ୍ତି ା ତୁରନ୍ତ ଏହି କାର୍ଯ୍ୟ ବନ୍ଦ କରିବାକୁ ଦାବି ହୋଇଛି ା
ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…
ଭୁବନେଶ୍ୱର, ୨୯।୮(ସୁନିତ୍ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…
ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…
ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…
ଏମ୍ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ
ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…
ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା
ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…
ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….
ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…
ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ
ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…
ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍ପିଜି ଗ୍ୟାସ୍ ଟ୍ୟାଙ୍କର
ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…
Archives

