ଆଦିବାସୀ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ପାଲଲହଡା,୧୩।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡ଼ା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ସୋମବାର ହଷ୍ଟେଲ ଛାଡିବା ଘଟଣାରେ ମଙ୍ଗଳବାର ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସେଠାକୁ ଯାଇ ତଦନ୍ତ କରିଛନ୍ତି। ଛାତ୍ରୀମାନଙ୍କୁ ପୁଣି ଥରେ ହଷ୍ଟେଲକୁ ଫେରାଇ ଆଣିବା ପାଇଁ ପ୍ରଶାସନ ବ୍ୟବସ୍ଥା କରିଥିଲେ ମଧ୍ୟ ଅଭିଭାବକମାନେ ମାନି ନ ଥିଲେ।
ଶିକ୍ଷା ନିକେତନରେ ଲାଗି ରହିଥିବା ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ଛାତ୍ରୀମାନେ ହଷ୍ଟେଲକୁ ଯିବେ ନାହିଁ ବୋଲି ଅଭିଭାବକମାନେ ମନା କରିଦେଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଉପଜିଲାପାଳ ପ୍ରଧାନ କହିଛନ୍ତି, ଶିକ୍ଷାନିକେତନରେ ବର୍ତ୍ତମାନ ୨୭ ଜଣ ଛାତ୍ରୀ ଅଛନ୍ତି। ହଷ୍ଟେଲ ଛାଡି ଚାଲିଯାଇଥିବା ଛାତ୍ରୀମାନଙ୍କୁ ପୁଣି ବିଦ୍ୟାଳୟକୁ ଫେରାଇ ଆଣିବା ପାଇଁ ଅଭିଭାବକମାନଙ୍କ ସହ ଆଲୋଚନା ଚାଲିଛି। ଖୁବଶୀଘ୍ର ସମସ୍ତ ଛାତ୍ରୀ ଛାତ୍ରୀନିବାସକୁ ଫେରିବେ। ଏଥିସହିତ ଲାଗି ରହିଥିବା ସମସ୍ୟାର ସମାଧାନ କରାଯିବ ବୋଲି ଉପଜିଲାପାଳ ପ୍ରକାଶ କରିଛନ୍ତି। ପାଉଡିଭୁୟାଁ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀ ଉଦିତ କୁମାର ପୁରୋହିତ, ବ୍ଲକ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପରିଡା, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥୀ ଶୁଣ୍ଢି ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶଥାଉ କି, ଦୀର୍ଘଦିନରୁ ଏହି ଶିକ୍ଷା ନିକେତନରେ ମୌଳିକ ସୁବିଧା ପାଇବା ପାଇଁ ଅନ୍ତେବାସୀମାନେ ବାରମ୍ବାର ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପାଖରେ ଅଭିଯୋଗ କରି ଆସୁଥିଲେ। ହେଲେ କୌଣସି ସୁଫଳ ମିଳୁ ନ ମିଳିବରୁ ଏହାର ପ୍ରତିବାଦରେ ସୋମବାର ଅଭିଭାବକମାନେ ବିଦ୍ୟାଳୟ ନିକଟରେ ଏକଜୁଟ ହୋଇ ଏକ ବୈଠକ କରିଥିଲେ। ଏଥିସହ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ହଷ୍ଟେଲରୁ ନେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri