ଆଦିବାସୀ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବଡବିଲ, ୨୨।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାରେ ଲୀଲାରାମ ସୂର୍ଯ୍ୟବଂଶୀ ନାମକ ଯୁବକଙ୍କୁ ପୋଲିସ ଗିରଫ କରିଛି।
ବଲାଣୀ ଥାନା ଅଧୀନ ସେଲ କମ୍ପାନୀ କ୍ୱାର୍ଟର୍ସରେ ଲୀଲାରାମ ସୂର୍ଯ୍ୟବଂଶୀ ରୁହନ୍ତି। ବିଗତ ବର୍ଷରେ ଲୀଲାରାମ ସେଲ କମ୍ପାନୀର ସପ୍ଲାଇ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ଗତ କିଛି ମାସ ହେବ କମ୍ପାନୀର ସ୍ଥାୟୀ କର୍ମଚାରୀ ଭାବେ ସେ ନିଯୁକ୍ତି ପାଇଛନ୍ତି। ତେବେ ଲୀଲାରାମ ଜଣେ ୧୧ ବର୍ଷିୟା ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରିଥିବା ଓ ଘଟଣା ବିଷୟରେ କାହାରିକୁ କହିଲେ ଜୀବନରେ ମାରିଦେବାକୁ ଧମକ ଦେଇଥିବା ନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଶୁକ୍ରବାର ଅଭିଯୋଗ ହୋଇଛି। ବଲାଣୀ ପୋଲିସ ଥାନାରେ କେସ୍‌ (ନଂ. ୭/୨୧) ରୁଜୁ କରି ଦଫା ୩୭୬(ଏ)(ବି), ୫୦୬ ଏବଂ ୬ ପୋକ୍ସୋ ଆକ୍ଟରେ ମାମଲା ରୁଜୁ କରିଛି। ଗତ ୧୬ ତାରିଖ ରାତିରେ ନାବାଳିକା ଜଣକ ନିଖୋଜ ହୋଇଯାଇଥିବା ବେଳେ ପରିବାର ଲୋକେ ରାତିସାରା ଖୋଜାଖୋଜି କରିଥିଲେ ହେଁ ତାଙ୍କ ପତ୍ତା ପାଇ ନ ଥିଲେ। ୧୭ ତାରିଖ ସକାଳେ ଲୀଲାରାମଙ୍କ ଘରୁ ନାବାଳିକା ଜଣକ ବାହାରୁଥିବା ପରିବାର ଲୋକେ ଦେଖିଥିଲେ। ଏନେଇ ପରିବାର ଲୋକେ ନାବାଳିକାଙ୍କୁ ପଚରାଉଚୁରା କରିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ। ତେବେ ପରେ ନାବାଳିକା ଜଣକ ବଳାତ୍କାର ଘଟଣା ବିଷୟରେ ପରିବାର ଲୋକଙ୍କୁ ଜଣାଇବା ସହ ଘଟଣା ବିଷୟରେ କାହାରିକୁ କହିଲେ ଜୀବନରେ ମାରିଦେବାକୁ ଅଭିଯୁକ୍ତ ଜଣକ ଧମକ ଦେଇଥିବା କହିଥିଲେ। ବଲାଣୀ ଥାନା ଇନ୍ସପେକ୍ଟର କୈଳାଶ ବେହେରା କହିଛନ୍ତି ଯେ, ଲୀଲାରାମଙ୍କ ଘରକୁ ନାବାଳିକା ଜଣକ ଦୈନିକ ଟିଭି ଦେଖିବାକୁ ଯାଉଥିଲେ। ଘଟଣା ଦିନ ମଧ୍ୟ ନାବାଳିକା ଜଣକ ଟିଭି ଦେଖିବାକୁ ଘରକୁ ଯାଇଥିଲେ। ତେବେ ନିଶାସକ୍ତ ଅବସ୍ଥାରେ ଲୀଲାରାମ ଏଭଳି କାଣ୍ଡ ଭିଆଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri